ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୭ା୯: ଦଶହରାରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦର ରାୟ ଆଜି ପ୍ରକାଶ ପାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ସରକାରୀ ନିୟମରେ ଆଉ ପରିବର୍ତ୍ତନ ହେବ ନାହିଁ ବୋଲି ରୋକ୍‌ଠୋକ୍‌ ଶୁଣାଇଛନ୍ତି ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ୪ ଫୁଟ ରହିବ ବୋଲି ସ୍ପଷ୍ଟ କରିଛନ୍ତି ହାଇକୋର୍ଟ ।

କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ମା’ଙ୍କ ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହାଇକୋର୍ଟରେ ଆବେଦନ କରାଯାଇଥିଲା। ତେବେ ଯେଉଁସବୁ ଯୁକ୍ତି ରଖାଯାଇଥିଲା ତାହା ସନ୍ତୋଷଜନକ ନୁହେଁ ବୋଲି କୁହାଯାଇଛି। ଗୁରୁବାର ମାମଲା ଶୁଣାଣି କରି ଉଚ୍ଚତା କମ୍‌ କଲେ କ’ଣ ସମସ୍ୟା ଉପୁଜିବ ବୋଲି ପ୍ରଶ୍ନ କରିଥିଲେ ହାଇକୋର୍ଟ। ହେଲେ ଆବେଦନକାରୀଙ୍କ ଓକିଲ ଏହା  ଭାବାବେଗର କଥା ବୋଲି କୋର୍ଟରେ ନିଜର ଯୁକ୍ତି ବାଢ଼ିଥିଲେ।

ଏ ନିୟମ କେବଳ କଟକ ପାଇଁ ନୁହେଁ, ସାରା ଓଡ଼ିଶା ପାଇଁ। ନିୟମ ପରିବର୍ତ୍ତନ ହେଲେ ସାରା ଓଡ଼ିଶା ପାଇଁ ପରିବର୍ତ୍ତନ କରିବାକୁ ପଡ଼ିବ ବୋଲି ସରକାରୀ ଓକିଲ କହିଛନ୍ତି। ସରକାର ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ।

 


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri