ଆବେଦନ ଖାରଜ କଲେ ହାଇକୋର୍ଟ: କେଭି ସିଂହଦେଓ, ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା

କଟକ,୨୮ା୧୧: ୨୦୨୪ ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ମାମଲା ଚାଲିବ। ଉଭୟ ନେତାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ଗୁରୁବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି।

କେଭି ସିଂହଦେଓଙ୍କ ବିରୋଧରେ ପାଟଣାଗଡ଼ ଏବଂ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ କଣ୍ଟାବାଞ୍ଜି ବିଧାନସଭା ଆସନରେ ନିର୍ବାଚନ ସମ୍ବନ୍ଧୀୟ ଅନିୟମିତତା ମାମଲା ରୁଜୁ ହୋଇଛି। ଉଭୟ ନେତା ଏହି ମାମଲାଗୁଡ଼ିକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଏବଂ ବିନା ଶୁଣାଣିରେ ଖାରଜ କରିବା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ।

ହାଇକୋର୍ଟ ଏହି ଆବେଦନକୁ ଗ୍ରହଣ ନକରି ଖାରଜ କରିଦେବା ଫଳରେ ଏବେ ଉଭୟଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ମାମଲାର ପୂର୍ଣ୍ଣ ଶୁଣାଣି ଚାଲିବ। ସୂଚନାଯୋଗ୍ୟ ଯେ ଲକ୍ଷ୍ମଣ ବାଗ୍ ୨୦୨୪ ନିର୍ବାଚନରେ କଣ୍ଟାବାଞ୍ଜି ଆସନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri