ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେବା ପଡିଲା ମହଙ୍ଗା: ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷିତ କଲେ ହାଇକୋର୍ଟ

ମୋହନା, ୧୪ା୧(ମନ୍ମଥ ମିଶ୍ର): ଗତ ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେଇ ସରପଞ୍ଚ ରୂପେ ନିର୍ବାଚିତ ହୋଇଥିବାରୁ ଏହାର ପ୍ରତିବାଦରେ ପ୍ରତିଦ୍ୱନ୍ଦ୍ୱୀ କୈଳାସି ମାଝୀ ୨୦୨୨ରେ ମୋହନା ସିଭିଲ ଜଜ୍‌ ଜୁନିୟର ଡିଭିଜନର ଆଶ୍ରୟ ନେଇଥିଲେ। ବିଚାରପତି ୬ା୯ା୨୦୨୪ରେ ଏହାର ଶୁଣାଣି କରି ସରପଞ୍ଚ ସରସ୍ବତୀ ମଳିକଙ୍କୁ ସମସ୍ତ ଦାୟିତ୍ୱ ନାଏବ ସରପଞ୍ଚଙ୍କୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ସରପଞ୍ଚ ସରସ୍ବତୀ ଏହି ରାୟରେ ଅସନ୍ତୋଷ ପ୍ରକାଶ କରି ଜିଲା ସିଭିଲ ଜଜ୍‌ଙ୍କ କୋର୍ଟର ଦ୍ବାରସ୍ଥ ହୋଇଥିଲେ। ଜିଲା ସିଭିଲ ଜଜ୍‌ ମାମଲାର ବିଚାର କରି ଦମାଦୁଆ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ସାନି ନିର୍ବାଚନ କରାଯିବ ବୋଲି ରାୟ ଦେଇଥିଲେ। ଏଥିରେ ମଧ୍ୟ ସରସ୍ବତୀ ଅସନ୍ତୋଷ ପ୍ରକାଶ କରି ହାଇକୋର୍ଟରେ ଅପିଲ କରିଥିଲେ। ହାଇକୋର୍ଟ ଏହାର ବିଚାର କରି ସରସ୍ବତୀ ମଳିକଙ୍କ ସରପଞ୍ଚ ପଦବୀକୁ ରଦ୍ଦ କରି ନାଏବ ସରପଞ୍ଚଙ୍କୁ ସମସ୍ତ ଦାୟିତ୍ୱ ହସ୍ତାନ୍ତର କରିବାକୁ ରାୟ ଦେଇଛନ୍ତି। ଏ ସମ୍ପର୍କିତ ଚିଠି ପାଇବା ପରେ ଗଜପତି ଜିଲାପାଳ ସମ୍ପୃକ୍ତା ସରପଞ୍ଚ ସରସ୍ବତୀଙ୍କୁ ଅବଗତ କରାଇବା ସହ ଏ ଦିଗରେ ପଦକ୍ଷେପ ନେବାକୁ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri