ସାକ୍ଷ୍ୟ ଗ୍ରହଣ ପାଇଁ ମୋକିମଙ୍କୁ ଅଧିକ ସମୟ ଦେଲେ ହାଇକୋର୍ଟ

କଟକ,୧୪ା୧୦(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ସାକ୍ଷୀମାନଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ଅଧିକ ସମୟ ଲୋଡ଼ାଯାଇଥିଲା। ହାଇକୋର୍ଟ ଏଥିପାଇଁ ଅନୁମତି ଦେବା ସହ ମୋକିମଙ୍କୁ ୧୦ ହଜାର ଟଙ୍କା ହାଇକୋର୍ଟ ବାର୍‌ ଆସୋସିଏଶନ ଓ୍ବେଲଫେୟାର ଫଣ୍ଡ୍‌ରେ ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କ ଇଜିଲାସ୍‌ରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଆଗତ ନିର୍ବାଚନୀ ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ବାରବାଟୀ-କଟକ ନିର୍ବାଚନୀ ମାମଲାର ଶୁଣାଣିବେଳେ ପ୍ରତିପକ୍ଷ ମୋକିମଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀଙ୍କ ବ୍ୟକ୍ତିଗତ ଅସୁବିଧାର କାରଣ ଦର୍ଶାଯାଇଥିଲା। ଏଥିସହ ସାକ୍ଷ୍ୟ ଗ୍ରହଣ ଲାଗି ଅଧିକ ସମୟ ପ୍ରଦାନ କରିବାକୁ ଏକ ଅନ୍ତରୀଣ ଆବେଦନ କରାଯାଇଥିଲା। ଏହାକୁ ମାମଲାର ଆବେଦନକାରୀ ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ବିରୋଧ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଗତ ୬ରେ ପ୍ରତିପକ୍ଷ ମୋକିମଙ୍କ ଜେରା ଶେଷ ହୋଇଥିଲା। ମୋକିମଙ୍କ ପକ୍ଷରୁ ୩ ଜଣଙ୍କ ସାକ୍ଷ୍ୟ ପ୍ରଦାନ କରିବାକୁ ଥିଲା। ହେଲେ ଜଣେ ସାକ୍ଷୀଙ୍କ ସତ୍ୟପାଠର ନକଲ ଆବେଦନକାରୀଙ୍କୁ ପ୍ରଦାନ କରାଯାଇସାରିଛି ବୋଲି ଶୁକ୍ରବାର ଶୁଣାଣିବେଳେ ସ୍ପଷ୍ଟ ହୋଇଥିଲା। ଅନ୍ୟ ଦୁଇ ସାକ୍ଷୀଙ୍କ ସତ୍ୟପାଠର ନକଲ ଆସନ୍ତା ୧୫ ତାରିଖ ସୁଦ୍ଧା ଆବେଦନକାରୀଙ୍କୁ ପ୍ରଦାନ କରିବା ନିମନ୍ତେ ହାଇକୋର୍ଟ ମୋକିମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ ସାକ୍ଷୀମାନେ ଅଦାଲତରେ ଉପସ୍ଥିତ ରହିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri