କୋଭିଶିଲ୍ଡ ଟିକା ନେଇ ଯୁବତୀଙ୍କ ମୃତ୍ୟୁ, କେନ୍ଦ୍ର ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୧୬।୪ : କୋଭିଶିଲ୍ଡ ଟିକା ନେବା ପରେ ଜଣେ ୧୯ ବର୍ଷ ବୟସ୍କା ଯୁବତୀଙ୍କ ମୃତ୍ୟୁ ଘଟିବା ମାମଲାରେ କେରଳ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପିଜି ପାଠ ପଢୁଥିବା ଯୁବତୀଙ୍କ ମାତାପିତା ପ୍ରଶାସନଠାରୁ ଏକ କୋଟି ଟଙ୍କାର କ୍ଷତି ପୂରଣ ଦାବି କରିଛନ୍ତି।

ବିଚାରପତି ଏନ୍‌. ନାଗରେଶଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ବିଚାର କରି ପିଟିଶନ ଉପରେ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି।

ଯୁବତୀ ଜଣକ ୨୦୨୧ ଜୁଲାଇ ୨୮ରେ କୋଭିଶିଲ୍ଡ ଟିକା ନେଇଥିଲେ। ଏହାପରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ଶେଷରେ ଅଗଷ୍ଟ ୫ରେ ତାଙ୍କୁ ହସ୍ପିଟାଲକୁ ନିଆ ଯାଇଥିଲା। ତାଙ୍କର ଆଣ୍ଟିଜେନ୍‌ ପରୀକ୍ଷା ରିପୋର୍ଟ ମଧ୍ୟ କରୋନା ନେଗେଟିଭ୍‌ ଆସିଥିଲା। ପରେ ସେ ଘରକୁ ଆସିଥିଲେ। ଅଗଷ୍ଟ ୧୨ରେ ତାଙ୍କର ମୃତ୍ୟୁ ଘଟିଥିଲା।

ତାଙ୍କର ବ୍ୟବଚ୍ଛେଦ ରିପୋର୍ଟରେ ମୃତ୍ୟୁର କାରଣ ଇଣ୍ଟରକ୍ରାନିଅଲ ବ୍ଲିଡିଂ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଦର୍ଶାଯାଇଥିଲା।
ଯୁବତୀଙ୍କର ପୂର୍ବରୁ କୌଣସି ବ୍ରେନ୍‌ ସମସ୍ୟା ନଥିବା ଡାକ୍ତରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କୋଭିଶିଲ୍ଡ ଟିକା ଯୋଗୁ ଏଭଳି ହୋଇଥିବା ମୃତ ଯୁବତୀଙ୍କ ପକ୍ଷରୁ ଆଇନଜୀବୀ ସି. ଉନ୍ନିକୃଷ୍ଣନ୍‌ ଏବଂ ଏମ୍‌.ଆର.ସୁଦ୍ଧେନ୍ଦ୍ରନ ଖଣ୍ଡପୀଠଙ୍କ ସମ୍ମୁଖରେ ଯୁକ୍ତି ବାଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri