ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

କଟକ ଅଫିସ୍‌, ୬ା୭: ରାଜ୍ୟରେ ହାତୀବଂଶ ରକ୍ଷା ଏବଂ ସୁରକ୍ଷା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଉଛି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ମଙ୍ଗଳବାର ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ବନ୍ୟ ପ୍ରାଣୀ(ସୁରକ୍ଷା) ଆଇନ,୧୯୭୨ରେ ରାଜ୍ୟସ୍ତରରେ ସଂଶୋଧନ ଆଣିବା ପାଇଁ ଆଗତ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ସରକାର ବନ୍ୟଜନ୍ତୁ ସୁରକ୍ଷା ସମ୍ପର୍କିତ ଆଇନ କାର୍ଯ୍ୟକାରୀ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଉତ୍ତରଦାୟିତ୍ୱ ସମ୍ପର୍କରେ ଉଲ୍ଲେଖ କରିବେ। ଆଇନଜୀବୀ ଆଶିଷ କୁମାର ମିଶ୍ରଙ୍କ ଦ୍ୱାରା କରାଯାଇଥିବା ଜନସ୍ବାର୍ଥ ମାମଲାରେ ବନ୍ୟଜନ୍ତୁ(ସୁରକ୍ଷା) (ଆସାମ ଆମେଣ୍ଡମେଣ୍ଟ) ଆକ୍ଟ ୨୦୦୯ ଆଧାରରେ ଓଡ଼ିଶାରେ ବନ୍ୟ ଜନ୍ତୁ ଶିକାର ରୋକିବା ନେଇ ରାଜ୍ୟସ୍ତରରେ ସଂଶୋଧନ ଆଣିବାକୁ ନିବେଦନ କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୨୫ରେ ହେବ।
ସରକାରୀ ପରିସଂଖ୍ୟାନ ଅନୁଯାୟୀ ୨୦୧୨-୧୩ରୁ ୨୦୨୧-୨୨ ମଧ୍ୟରେ ରାଜ୍ୟରେ ୭୮୪ ହାତୀଙ୍କ ମୃତ୍ୟୁ ଘଟିଛି। ଏଗୁଡ଼ିକ ମଧ୍ୟରୁ ଶିକାରୀଙ୍କ ଦ୍ୱାରା ୩୪ଟି ହାତୀଙ୍କ ମୃତ୍ୟୁ ଘଟିଥିବାବେଳେ ବିଭିନ୍ନ ଦୁର୍ଘଟଣାରେ ୩୬ ହାତୀଙ୍କ ପ୍ରାଣ ଯାଇଛି। ଅପରପକ୍ଷରେ ରାଜ୍ୟ ସରକାରଙ୍କ କହିବାନୁସାରେ ୨୦୧୭ରେ କରାଯାଇଥିବା ହାତୀଗଣନା ଅନୁସାରେ ହାତୀଙ୍କ ସଂଖ୍ୟା ବୃଦ୍ଧି ଘଟିଛି। ୨୦୧୭ ଜନଗଣନା ଅନୁସାରେ ହାତୀଙ୍କ ସଂଖ୍ୟା ୧୯୭୬ ରହିଥିଲା, ଯାହାକି ୨୦୦୨ରେ କରାଯାଇଥିବା ଗଣନାଠାରୁ ୧୩୫ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri