Posted inଜାତୀୟ

୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ କାଟିବା ଉପରେ ରୋକ ଲଗାଇଲେ ହାଇକୋର୍ଟ…

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀର ଇନ୍ଦରପୁରୀଠାରେ ଥିବା ଏକ ୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛକୁ କାଟିବା ପାଇଁ ହେଉଥିବା ଯୋଜନା ଉପରେ ରୋକ ଲାଗିଛି। ଦିଲ୍ଲୀ ହାଇକୋର୍ଟ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ବରିଷ୍ଠ ଆଇନଜୀବୀ ଏନ୍‌.ହରିହରନ୍‌ଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଥିଲା ଯେ, ଗଛକୁ କାଟିବା ଦ୍ୱାରା ପରିବେଶ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବା ସହ ସ୍ଥାନୀୟ ବାସିନ୍ଦାଙ୍କର ମଧ୍ୟ କ୍ଷତି ହେବ।

ଉତ୍ତର ଦିଲ୍ଲୀ ମ୍ୟୁନିସପାଲ କର୍ପୋରେଶନ, ଦିଲ୍ଲୀ ପୋଲିସ ଏବଂ ବନ ଉପ ସଂରକ୍ଷକଙ୍କୁ ଗଛ କାଟିବାରୁ ରୋକା ଯାଉବୋଲି ଆବେଦନରେ ଦର୍ଶାଯାଇଛି ଥିଲା।

ପ୍ରତିପକ୍ଷ ଆଇନଜୀବୀ ଅଭିନବ ଏସ୍‌. ଅଗ୍ରଓ୍ବାଲ କୋର୍ଟରେ ସୂଚିତ କରିଥିଲେ ଯେ, ଗଛ କାଟିବା ଲାଗି ବନ ଉପ ସଂରକ୍ଷକଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ତେବେ ଅଭିନବ ସମ୍ପୃକ୍ତ ଅନୁମତି ସମ୍ପର୍କରେ ବିଶଦ ତଥ୍ୟ ଉପସ୍ଥାପନ କରିପାରି ନ ଥିଲେ। ସେହିପରି ଦିଲ୍ଲୀ ପୋଲିସ ଏବଂ ବନ ଉପସଂରକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଅନୁମତି ନିର୍ଦ୍ଦେଶନାମା ବିଷୟରେ କୌଣସି ସୂଚନା ପ୍ରଦାନ କରାଯାଇ ନ ଥିଲା।

ବିଚାରପତି ରେଖା ପାଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି ଘର ନମ୍ବର ଏ-୭ ସମ୍ମୁଖରେ ଥିବା ଅଶ୍ୱତ୍ଥ ଗଛ କଟାଯିବା ଉପରେ ରୋକ ଲଗାଇଛନ୍ତି। ତେବେ ଖଣ୍ଡପୀଠ ଆଇନ ଅନ୍ତର୍ଗତ ଔପଚାରିକ ପିଟିଶନ ଦାଖଲ ପାଇଁ ଆବେଦନକାରୀଙ୍କୁ ନଭେମ୍ବର ୯ ପର୍ଯ୍ୟନ୍ତ ସମୟ ପ୍ରଦାନ କରିଛନ୍ତି।

ରୋଷ୍ଟର ବେଞ୍ଚ୍‌ଙ୍କଠାରେ ନଭେମ୍ବର ୧୧ରେ ଏହି ମାମଲାକୁ ତାଲିକାଭୁକ୍ତ କରିବା ଲାଗି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?