Posted inଜାତୀୟ

୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ କାଟିବା ଉପରେ ରୋକ ଲଗାଇଲେ ହାଇକୋର୍ଟ…

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀର ଇନ୍ଦରପୁରୀଠାରେ ଥିବା ଏକ ୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛକୁ କାଟିବା ପାଇଁ ହେଉଥିବା ଯୋଜନା ଉପରେ ରୋକ ଲାଗିଛି। ଦିଲ୍ଲୀ ହାଇକୋର୍ଟ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ବରିଷ୍ଠ ଆଇନଜୀବୀ ଏନ୍‌.ହରିହରନ୍‌ଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଥିଲା ଯେ, ଗଛକୁ କାଟିବା ଦ୍ୱାରା ପରିବେଶ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବା ସହ ସ୍ଥାନୀୟ ବାସିନ୍ଦାଙ୍କର ମଧ୍ୟ କ୍ଷତି ହେବ।

ଉତ୍ତର ଦିଲ୍ଲୀ ମ୍ୟୁନିସପାଲ କର୍ପୋରେଶନ, ଦିଲ୍ଲୀ ପୋଲିସ ଏବଂ ବନ ଉପ ସଂରକ୍ଷକଙ୍କୁ ଗଛ କାଟିବାରୁ ରୋକା ଯାଉବୋଲି ଆବେଦନରେ ଦର୍ଶାଯାଇଛି ଥିଲା।

ପ୍ରତିପକ୍ଷ ଆଇନଜୀବୀ ଅଭିନବ ଏସ୍‌. ଅଗ୍ରଓ୍ବାଲ କୋର୍ଟରେ ସୂଚିତ କରିଥିଲେ ଯେ, ଗଛ କାଟିବା ଲାଗି ବନ ଉପ ସଂରକ୍ଷକଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ତେବେ ଅଭିନବ ସମ୍ପୃକ୍ତ ଅନୁମତି ସମ୍ପର୍କରେ ବିଶଦ ତଥ୍ୟ ଉପସ୍ଥାପନ କରିପାରି ନ ଥିଲେ। ସେହିପରି ଦିଲ୍ଲୀ ପୋଲିସ ଏବଂ ବନ ଉପସଂରକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଅନୁମତି ନିର୍ଦ୍ଦେଶନାମା ବିଷୟରେ କୌଣସି ସୂଚନା ପ୍ରଦାନ କରାଯାଇ ନ ଥିଲା।

ବିଚାରପତି ରେଖା ପାଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି ଘର ନମ୍ବର ଏ-୭ ସମ୍ମୁଖରେ ଥିବା ଅଶ୍ୱତ୍ଥ ଗଛ କଟାଯିବା ଉପରେ ରୋକ ଲଗାଇଛନ୍ତି। ତେବେ ଖଣ୍ଡପୀଠ ଆଇନ ଅନ୍ତର୍ଗତ ଔପଚାରିକ ପିଟିଶନ ଦାଖଲ ପାଇଁ ଆବେଦନକାରୀଙ୍କୁ ନଭେମ୍ବର ୯ ପର୍ଯ୍ୟନ୍ତ ସମୟ ପ୍ରଦାନ କରିଛନ୍ତି।

ରୋଷ୍ଟର ବେଞ୍ଚ୍‌ଙ୍କଠାରେ ନଭେମ୍ବର ୧୧ରେ ଏହି ମାମଲାକୁ ତାଲିକାଭୁକ୍ତ କରିବା ଲାଗି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନର ଗୋଟିଏ ଦିନ ପରେ ଭାଜପା ପ୍ରାର୍ଥୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ...

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri