Posted inଜାତୀୟ

ମିଥ୍ୟା ବଳାତ୍କାର ମାମଲାର ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ…

ଭୋପାଳ, ୧୨।୨ : ମିଥ୍ୟା ବଳାତ୍କାର ମାମଲାରେ ମଧ୍ୟପ୍ରଦେଶ ହାଇକୋର୍ଟ ଯାଞ୍ଚ୍‌ ନିର୍ଦ୍ଦେଶ ଦେଇଛନ୍ତି। ସିହୋର ଜିଲାର ଏସ୍‌ପିଙ୍କୁ ଘଟଣାର ଉଚିତ ତଦନ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ବିଚାରପତି ସଞ୍ଜୟ ଦ୍ୱିବେଦୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାରେ ଅଭିଯୋଗ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ତଦନ୍ତ ତଥା ସାକ୍ଷ୍ୟ ଆଇନ ବ୍ୟବସ୍ଥାର ଦୂରୋପଯୋଗ କରାଯାଇ ଏଭଳି ହୋଇଥିବା ଖଣ୍ଡପୀଠ କହିଛନ୍ତି।

ମିଥ୍ୟା ଅଭିଯୋଗ କରିଥିବା ବ୍ୟକ୍ତିଙ୍କୁ ଆଇନ ଅନୁଯାୟୀ ଦଣ୍ଡାଦେଶ କରାଯିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଜାରି କରିଛନ୍ତି।
କୋର୍ଟ ଅଭିଯୁକ୍ତଙ୍କ ପକ୍ଷରୁ ଭାରତୀୟ ଦଣ୍ଡବିଧି ସଂହିତା ୩୭୬, ୩୬୫ ଏବଂ ୩୨୩/୩୪ ଅନ୍ତର୍ଗତ ଜାମିନ ଆବେଦନର ବିଚାର କରୁଥିଲେ।

ବଳାତ୍କାର ଅଭିଯୋଗ ଆଣିଥିବା ବ୍ୟକ୍ତି କୋର୍ଟରେ ପ୍ରକାଶ କରିଥିଲେ ଯେ, ଅଭିଯୁକ୍ତ ବଳାତ୍କାର କରି ନାହାନ୍ତି। ପୋଲିସ କହିବା ଅନୁସାରେ ସେ ବାଧ୍ୟ ହୋଇ ଏଭଳି ଅଭିଯୋଗ ଆଣିଥିଲେ।
କୋର୍ଟ ଏହି ମାମଲାର ପ୍ରକୃତ ତଦନ୍ତ ରିପୋର୍ଟ ୧୫ ଦିନ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri