ହାଇକୋର୍ଟ ବିଚାରପତିଙ୍କ ବାରିପଦା ଗସ୍ତ

ବାରିପଦା ଅଫିସ, ୨୦।୨ ହାଇକୋର୍ଟ ଦୁଇ ବିଚାରପତି ଶତୃଘ୍ନ ପୂଜାହାରୀ ଓ ଦେବବ୍ରତ ଦାଶ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସି କୋର୍ଟ ଗୃହ ନିର୍ମାଣ ନେଇ ଓକିଲ ସଂଘ ସହିତ ଆଲୋଚନା କରିଛନ୍ତି ା କୋର୍ଟ ପରିସରରେ ଚାଲି ରହିଥିବା ସଂଲଗ୍ନ ସ୍ଥାନ ପାଇଁ ଓକିଲ ସଂଘ ପକ୍ଷରୁ ଆବଶ୍ୟକ କାଗଜପତ୍ର ପ୍ରଦାନ କରିବା ପରେ ନୂତନ କୋର୍ଟ ଗୃହ ନିର୍ମାଣ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ। ବିଚାରପତିଙ୍କ ନିର୍ଭର ପ୍ରତିଶ୍ରୁତି ପାଇବା ପରେ ସଂଘ ପକ୍ଷରୁ ଆନ୍ଦୋଳନକୁ ସ୍ଥଗିତ କରାଯିବା ସହ ଆସନ୍ତା ସୋମବାର ଓକିଲମାନେ କାର୍ଯ୍ୟରେ ଯୋଗଦେବେ ବୋଲି ଜିଲା ଓକିଲ ସଂଘ ବାରିପଦାର ସମ୍ପାଦକ ବସନ୍ତ କୁମାର ଭୋଳ ପ୍ରକାଶ କରିଛନ୍ତି ା
କୋର୍ଟ ଗୃହ ନିର୍ମାଣ ନେଇ ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଥିଲା ା ଆଭାସୀ ମାଧ୍ୟମରେ ହାଇକୋର୍ଟ ବିଚାରପତି ଓ ଓକିଲ ସଂଘ ପକ୍ଷରୁ ଏକ ବୈଠକ ହୋଇଥିଲା। ଶନିବାର ବାରିପଦା ଗସ୍ତରେ ଯାଇ ତଦନ୍ତ ପୂର୍ବକ ସମୀକ୍ଷା କରିବା ପରେ ନିଷ୍ପତ୍ତି ନିଆଯାଇଥିଲା ା ହାଇକୋର୍ଟ ବିଚାରପତି ପୂଜାହାରୀ, ବିଚାରପତି ଦାଶ ଏବଂ ଜିଲାଜଜ୍‌ ପ୍ରଦୀପ କୁମାର ପଟ୍ଟନାୟକ ବାରିପଦା କୋର୍ଟ ପରିସରରେ ପହଞ୍ଚିଥିଲେ। ଆଇନଜୀବୀଙ୍କ ଗହଣରେ କୋର୍ଟ ପରିସର ପରିଦର୍ଶନ କରିଛନ୍ତି ା ପରେ ସଂଘ ସଭାଗୃହରେ ଜିଲା ଓକିଲ ସଂଘ ସଭାପତି ପ୍ରବୀର କୁମାର ବସାଙ୍କ ସମେତ ସଦସ୍ୟଙ୍କ ସହ ଆଲୋଚନା କରାଯାଇଥିଲା। ନୂତନ କୋର୍ଟ ଗୃହ କେଉଁଠାରେ ସ୍ଥାପନ କରାଯିବ ସେନେଇ କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ ବୋଲି ମୁଖ୍ୟ ବିଚାରପତି ପ୍ରକାଶ କରିଥିଲେ। ଏଡିଆର କକ୍ଷରେ ସଂଘର ପ୍ରତିନିଧି ଦଳଙ୍କ ସହ ଗୃହ ନିର୍ମାଣକୁ ନେଇ ଉପୁଜିଥିବା ସମସ୍ୟା ସମ୍ପର୍କରେ ଗୁରୁତ୍ୱାରୋପ କରାଯାଇଛି। ସଂଘ ଉପସଭାପତି ସୁଜାତା ମିଶ୍ର, ସହସମ୍ପାଦକ ସ୍ବରୂପ କୁମାର ମିଶ୍ର, ସଦସ୍ୟ କୈଳାସ ପ୍ରସାଦ ସାହୁଙ୍କ ସମେତ ସଦସ୍ୟମାନେ ଅଂଶଗ୍ରହଣ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri