୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ୍‌

କଟକ,୨୬ା୭ (କାର୍ତ୍ତିକ ସାହୁ):୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗରେ ଦାଏର ମାମଲାର ପୃଥକ ଭାବେ ଶୁଣାଣି କରି ହାଇକୋର୍ଟ ୨ ବିଧାୟକଙ୍କୁ ଗୁରୁବାର ନୋଟିସ୍‌ ଜାରି କରିଛନ୍ତି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ମାଧବ ଧଡ଼ା ଏବଂ କଳାହାଣ୍ଡି ଜିଲା ନର୍ଲା ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ଏହି ନୋଟିସ୍‌ ଜାରି ହୋଇଛି। ଉଭୟଙ୍କ ବିରୋଧରେ ରୁଜୁ ହୋଇଥିବା ନିର୍ବାଚନୀ ଅନିୟମିତତା ମାମଲାରେ ନିଜର ପକ୍ଷ ରଖିବା ପାଇଁ ହାଇକୋର୍ଟଙ୍କ ଆଦେଶ ରହିଛି।
ସୂଚନା ଅନୁସାରେ, ସୋର ନିର୍ବାଚନମଣ୍ଡଳୀର ପରାଜିତ ଭାଜପା ପ୍ରାର୍ଥୀ ପର୍ଶୁରାମ ଧଡ଼ା ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ଏହି ନିର୍ବାଚନମଣ୍ଡଳୀର ବିଜୟୀ ବିଜେଡି ପ୍ରାର୍ଥୀ ମାଧବ ଧଡ଼ା ତାଙ୍କ ସତ୍ୟପାଠରେ ଭୁଲ୍‌ ତଥ୍ୟ ପ୍ରଦାନ କରିଛନ୍ତି। ବିଧାୟକଙ୍କ ନାମରେ ଥିବା ଆପରାଧିକ ମାମଲା ଓ ସରକାରୀ ଦେୟ ଅନାଦାୟ ଥିବା ସେ ସତ୍ୟପାଠରେ ଦର୍ଶାଇନାହାନ୍ତି। ନିଜର କେତେକ ତଥ୍ୟ ସେ ଲୁଚାଇଛନ୍ତି। ଯାହାକି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଛି ବୋଲି ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି। ଚଳିତ ନିର୍ବାଚନରେ ସୋର ନିର୍ବାଚନମଣ୍ଡଳୀରୁ ପର୍ଶୁରାମ ୬୨,୮୪୦ ଖଣ୍ଡ ଓ ମାଧବ ୬୩, ୬୪୨ ଖଣ୍ଡ ଭୋଟ ପାଇଥିଲେ। ଆସନ୍ତା ସେପ୍ଟେମ୍ବର ୧୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସେହିପରି ନର୍ଲା ବିଧାନସଭାର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ବିରୋଧରେ କଂଗ୍ରେସ ପ୍ରାର୍ଥୀ ଭକ୍ତ ଚରଣ ଦାସ ନିର୍ବାଚନୀ ଅନିୟମିତତା ନେଇ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ନିର୍ବାଚନୀ ସତ୍ୟପାଠରେ ମନୋରମା ନିଜ ବୟସ ଓ ଶିକ୍ଷାଗତ ଯୋଗ୍ୟତା ଠିକ୍‌ ଭାବେ ଦର୍ଶାଇ ନାହାନ୍ତି। ଏଥିସହ ଆହୁରି କେତେକ ତଥ୍ୟ ମଧ୍ୟ ସେ ଲୁଚାଇଛନ୍ତି, ଯାହା ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରୁଛି ବୋଲି ଆବେଦନକାରୀ ଦର୍ଶାଇଥିଲେ। ଆସନ୍ତା ସେପ୍ଟେମ୍ବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri