୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ୍‌

କଟକ,୨୬ା୭ (କାର୍ତ୍ତିକ ସାହୁ):୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗରେ ଦାଏର ମାମଲାର ପୃଥକ ଭାବେ ଶୁଣାଣି କରି ହାଇକୋର୍ଟ ୨ ବିଧାୟକଙ୍କୁ ଗୁରୁବାର ନୋଟିସ୍‌ ଜାରି କରିଛନ୍ତି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ମାଧବ ଧଡ଼ା ଏବଂ କଳାହାଣ୍ଡି ଜିଲା ନର୍ଲା ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ଏହି ନୋଟିସ୍‌ ଜାରି ହୋଇଛି। ଉଭୟଙ୍କ ବିରୋଧରେ ରୁଜୁ ହୋଇଥିବା ନିର୍ବାଚନୀ ଅନିୟମିତତା ମାମଲାରେ ନିଜର ପକ୍ଷ ରଖିବା ପାଇଁ ହାଇକୋର୍ଟଙ୍କ ଆଦେଶ ରହିଛି।
ସୂଚନା ଅନୁସାରେ, ସୋର ନିର୍ବାଚନମଣ୍ଡଳୀର ପରାଜିତ ଭାଜପା ପ୍ରାର୍ଥୀ ପର୍ଶୁରାମ ଧଡ଼ା ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ଏହି ନିର୍ବାଚନମଣ୍ଡଳୀର ବିଜୟୀ ବିଜେଡି ପ୍ରାର୍ଥୀ ମାଧବ ଧଡ଼ା ତାଙ୍କ ସତ୍ୟପାଠରେ ଭୁଲ୍‌ ତଥ୍ୟ ପ୍ରଦାନ କରିଛନ୍ତି। ବିଧାୟକଙ୍କ ନାମରେ ଥିବା ଆପରାଧିକ ମାମଲା ଓ ସରକାରୀ ଦେୟ ଅନାଦାୟ ଥିବା ସେ ସତ୍ୟପାଠରେ ଦର୍ଶାଇନାହାନ୍ତି। ନିଜର କେତେକ ତଥ୍ୟ ସେ ଲୁଚାଇଛନ୍ତି। ଯାହାକି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଛି ବୋଲି ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି। ଚଳିତ ନିର୍ବାଚନରେ ସୋର ନିର୍ବାଚନମଣ୍ଡଳୀରୁ ପର୍ଶୁରାମ ୬୨,୮୪୦ ଖଣ୍ଡ ଓ ମାଧବ ୬୩, ୬୪୨ ଖଣ୍ଡ ଭୋଟ ପାଇଥିଲେ। ଆସନ୍ତା ସେପ୍ଟେମ୍ବର ୧୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସେହିପରି ନର୍ଲା ବିଧାନସଭାର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ବିରୋଧରେ କଂଗ୍ରେସ ପ୍ରାର୍ଥୀ ଭକ୍ତ ଚରଣ ଦାସ ନିର୍ବାଚନୀ ଅନିୟମିତତା ନେଇ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ନିର୍ବାଚନୀ ସତ୍ୟପାଠରେ ମନୋରମା ନିଜ ବୟସ ଓ ଶିକ୍ଷାଗତ ଯୋଗ୍ୟତା ଠିକ୍‌ ଭାବେ ଦର୍ଶାଇ ନାହାନ୍ତି। ଏଥିସହ ଆହୁରି କେତେକ ତଥ୍ୟ ମଧ୍ୟ ସେ ଲୁଚାଇଛନ୍ତି, ଯାହା ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରୁଛି ବୋଲି ଆବେଦନକାରୀ ଦର୍ଶାଇଥିଲେ। ଆସନ୍ତା ସେପ୍ଟେମ୍ବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?