ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍‌ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’

କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ ବୋଲି ବୁଧବାର ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ କୋଭିଡ୍‌ ପାଇଁ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଛଟେଇ କରିବା ସଂକ୍ରାନ୍ତ ଏକ ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେବା ସହ ସ୍ବାସ୍ଥ୍ୟ ବିଭାଗରେ ବିଭିନ୍ନ ପଦପଦବୀ ଖାଲି ରହିଥିବାବେଳେ କୋଭିଡ୍‌ ପାଇଁ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କାହିଁକି ବାହାର କରାଯାଉଛି ବୋଲି ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଆସନ୍ତା ୨୫ତାରିଖ ସୁଦ୍ଧା ସ୍ବାସ୍ଥ୍ୟ ବିଭାଗ ଏହାର ଜବାବ ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ୨୮ରେ ହେବ।
ପ୍ରକାଶ ଯେ, କରୋନା ସମୟରେ ରାଜ୍ୟର ବିଭିନ୍ନ ଜିଲା ହସ୍ପିଟାଲ, ମେଡିକାଲ କଲେଜ ଏବଂ ହସ୍ପିଟାଲ ଆଦିରେ ପାରାମେଡିକାଲ ୱାର୍କର୍ସ ଏବଂ ଷ୍ଟାଫ୍‌ ନର୍ସମାନଙ୍କୁ ନିଯୁକ୍ତି ଦେବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଗତ ମାର୍ଚ୍ଚ ୨୩ ତାରିଖରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସମଗ୍ର ରାଜ୍ୟରେ ଏହି କର୍ମଚାରୀଙ୍କୁ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ଆଧାରରେ ଷ୍ଟାଫ୍‌ ନର୍ସ, ଫାର୍ମାସିଷ୍ଟ, ଟେକ୍ନିସିଆନ୍‌, ରେଡିଓଗ୍ରାଫର, ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ଏବଂ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଆବେଦନପତ୍ର ଆହ୍ବାନ କରାଯାଇଥିଲା। ନିଯୁକ୍ତିର ସର୍ତ୍ତ ସମୟରୁ ସମୟ ବୃଦ୍ଧି କରାଯିବ ବୋଲି କୁହାଯାଇଥିଲା। ପୁରୀ ଜିଲାରେ ୭୬ଟି ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ପଦବୀରେ ନିଯୁକ୍ତି ଲାଗି ବିଜ୍ଞାପନ ପ୍ରକାଶ ପାଇଥିଲା। ଆବେଦନକାରୀଙ୍କ ସମେତ ନିଯୁକ୍ତି ପାଇଥିବା ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀ ଠିକାରେ ନିଯୁକ୍ତି ପାଇଥିଲେ। ଏହାପରେ ସେମାନଙ୍କ ନିଯୁକ୍ତି ଧାର୍ଯ୍ୟ ସମୟ ପୂରଣ ହେବାପରେ ପୁନର୍ବାର ଗତ ମାସ ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଥିଲା। ଏବେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗତ ମାସ ୨୨ତାରିଖରେ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇ କୋଭିଡ୍‌ ପରିଚାଳନା ପାଇଁ ନିଯୁକ୍ତି ପାଇଥିବା ସ୍ବାସ୍ଥ୍ୟକର୍ମୀ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ୨୦୨୦ ଡିସେମ୍ବର ୩୧ତାରିଖ ପରେ ଆଉ କାର୍ଯ୍ୟ ଅବଧି ବୃଦ୍ଧି ପାଇବ ନାହିଁ ବୋଲି ଚିଠି କରାଯାଇଥିଲା। ଏଥିସହ ଯଦି କୌଣସି ଜିଲାର ଜିଲାପାଳମାନେ ସେମାନଙ୍କ ଅଞ୍ଚଳରେ ସ୍ବାସ୍ଥ୍ୟକର୍ମୀଙ୍କ ଆବଶ୍ୟକତା ଉପଲବ୍ଧ କରୁଥିବେ, ତେବେ ଏହି କର୍ମଚାରୀଙ୍କ ମଧ୍ୟରୁ ୨୫ ପ୍ରତିଶତ କର୍ମଚାରୀଙ୍କୁ ରଖିପାରିବେ ବୋଲି କୁହାଯାଇଥିଲା। ଉକ୍ତ ଚିଠିକୁ ଚ୍ୟାଲେଞ୍ଜ କରି ସୂର୍ଯ୍ୟନାରାୟଣ ମିଶ୍ରଙ୍କ ସମେତ ଆବେଦନକାରୀମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବର୍ତ୍ତମାନ ରାଜ୍ୟରେ ପ୍ରାୟ ୨ହଜାର ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। କିନ୍ତୁ ରାଜ୍ୟ ସରକାର ସେମାନଙ୍କୁ ନିଯୁକ୍ତି ଅବଧିକୁ ବୃଦ୍ଧି କରିବା ପରିବର୍ତ୍ତେ ନୂଆ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଲାଗି ଉଦ୍ୟମ ଆରମ୍ଭ କରୁଛନ୍ତି । ତେଣୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଜାରି କରିଥିବା ଏହି ଛଟେଇ ବିଜ୍ଞପ୍ତିକୁ ରଦ୍ଦ ଲାଗି ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅକ୍ଷୟ କୁମାର ପାଣ୍ଡେ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri