ଗ୍ୟାଙ୍ଗଷ୍ଟର ଟିଟୋଙ୍କୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୫ା୭ (କାର୍ତ୍ତିକ ସାହୁ):ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ ଉସ୍‌ମାନ ଅଲ୍ଲୀଙ୍କୁ ଗିରଫ କରିବା ପାଇଁ ହାଇକୋର୍ଟ ସୋମବାର କେନ୍ଦ୍ରାପଡ଼ା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ଟିଟୋ ହାଇକୋର୍ଟଙ୍କ ସର୍ତ୍ତ ଖିଲାପ କରିଥିବାରୁ ସେ ପୂର୍ବରୁ ପାଇଥିବା ଜାମିନକୁ ଖାରଜ କରିଦେଇଛନ୍ତି।
ସୂଚନା ଅନୁସାରେ, ଟିଟୋ ପୂର୍ବରୁ ଦୁଇଟି ମାମଲାରେ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇଥିଲେ। ପ୍ରତି ସପ୍ତାହରେ ସେ କେନ୍ଦ୍ରାପଡ଼ା ଟାଉନ୍‌ ଥାନାରେ ହାଜର ହେବା ନିମନ୍ତେ ହାଇକୋର୍ଟ ସର୍ତ୍ତ ରଖିଥିଲେ। ହେଲେ ସର୍ତ୍ତ କୋହଳ କରିବା ନିମନ୍ତେ ଟିଟୋ ହାଇକୋର୍ଟରେ ଆବେଦନ କରିଥିଲେ। ଏହି ମାମଲାର ସୋମବାର ଶୁଣାଣିବେଳେ ସର୍ତ୍ତ ଅନୁସାରେ ଟିଟୋ ଥାନାରେ ପ୍ରତି ସପ୍ତାହରେ ହାଜର ହେଉ ନ ଥିବା ନେଇ କେନ୍ଦ୍ରାପଡ଼ା ଟାଉନ୍‌ ଥାନା ପୋଲିସ ହାଇକୋର୍ଟଙ୍କୁ ଅବଗତ କରାଇଥିଲା। ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେଉ ନ ଥିବା ଜାଣିବା ପରେ ହାଇକୋର୍ଟ ପୁଣି ଟିଟୋଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଗ୍ୟାଙ୍ଗଷ୍ଟର ଟିଟୋ ହତ୍ୟା, ବେଆଇନ ବଟି ଆଦାୟ ଭଳି ବହୁ ଆପରାଧିକ ମାମଲାରେ ଜଡ଼ିତ ଥାଇ ପୋଲିସଠାରୁ ଖସି ବୁଲୁଥିଲେ। ତେବେ ୨୦୧୮ ଜୁନ୍‌ ୩୦ରେ ଯାଜପୁର ଜିଲା ଚଣ୍ଡିଖୋଲ ନିକଟରେ ପୋଲିସ ତାଙ୍କୁ ଏନ୍‌କାଉଣ୍ଟର କରିଥିଲା। ପରେ ତାଙ୍କୁ ଗିରଫ କରାଯାଇଥିଲା। ଏଥିସହ ଆପରାଧିକ ମାମଲାରେ ସମ୍ପୃକ୍ତ ଟିଟୋଙ୍କର ୨୦ରୁ ଊର୍ଦ୍ଧ୍ୱ ସହଯୋଗୀଙ୍କୁ ମଧ୍ୟ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri