୩ ମାସରେ ରେରା ରୁଲ୍‌ ଆଣିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(କାର୍ତ୍ତିକ ସାହୁ)/ଭୁବନେଶ୍ୱର(ଅନିଲ ଦାସ),୧୧ା୭: ଆପାର୍ଟମେଣ୍ଟରେ ଫ୍ଲାଟ୍‌ କିଣାବିକା ଉପରେ ଥିବା ରହିତାଦେଶକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ରାଜ୍ୟ ସରକାର ନୂତନ ନିୟମ ନ ଆଣିବା ପର୍ଯ୍ୟନ୍ତ ଏହି ରହିତାଦେଶ ଜାରି ରହିବ। ଏଥିସହ ଆଗାମୀ ୩ ମାସ ମଧ୍ୟରେ ଫ୍ଲାଟ୍‌ ପଞ୍ଜୀକରଣର ନୂଆ ରୁଲ୍‌ ଆଣିବାକୁ ହାଇକୋର୍ଟ ସୋମବାର ଏ ସଂକ୍ରାନ୍ତୀୟ ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏପରି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି। ପ୍ରକାଶ ଯେ, ଓଡ଼ିଶା ରିଅଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି(ରେରା) ଆପାର୍ଟମେଣ୍ଟରେ ଫ୍ଲାଟ୍‌ ପଞ୍ଜୀକରଣ ପାଇଁ ଜାରି କରିଥିବା ନିୟମାବଳୀକୁ ଚ୍ୟାଲେଞ୍ଜ କରି ବିମଳେନ୍ଦୁ ପ୍ରଧାନଙ୍କ ସମେତ ଅନ୍ୟମାନଙ୍କ ପକ୍ଷରୁ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ଫ୍ଲାଟ୍‌ ପଞ୍ଜୀକରଣ ନେଇ ସ୍ବତନ୍ତ୍ର ଆଇନ ଆଣିବାକୁ ହାଇକୋର୍ଟରେ ଏହି ଆବେଦନ ହୋଇଥିଲା। ରେରା ନିୟମ ଉପରେ ହାଇକୋର୍ଟ ରହିତାଦେଶ ଦେବା ସହ ରାଜ୍ୟ ସରକାରଙ୍କୁ ନୂତନ ଆଇନ ପ୍ରଣୟନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ସରକାର ନୂତନ ନିୟମାବଳୀ ପ୍ରଣୟନ କରିବାରେ ବିଫଳ ହେବାରୁ ପ୍ରାୟ ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ଫ୍ଲାଟ୍‌ କିଣାବିକା ନିମନ୍ତେ ପଞ୍ଜୀକରଣ ପ୍ରକ୍ରିୟା ବନ୍ଦ ଥିଲା। ତେବେ ରାଜ୍ୟ ସରକାର ଗତ ବିଧାନସଭା ଅଧିବେଶନରେ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ ୨୦୨୩ ଅନୁମୋଦନ କରିବାକୁ ଉପସ୍ଥାପନ କରିଥିଲେ। ହେଲେ ଶେଷ ମୁହୂର୍ତ୍ତରେ ତାହାକୁ ପ୍ରତ୍ୟାହାର କରିନେଇଥିଲେ। ନିକଟରେ ବିଧାନସଭା ଅଧିବେଶନ ନ ଥିବାରୁ ରାଜ୍ୟ ସରକାର ଅଧ୍ୟାଦେଶ ଜରିଆରେ ଉକ୍ତ ଅଧିନିୟମକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଥିଲେ। ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ଅଧ୍ୟାଦେଶକୁ ମେ’ ୨୯ରେ ଅନୁମୋଦନ କରାଯାଇଥିଲା। ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଅଧିନିୟମ-୧୯୮୨(୧୯୮୪ର ଓଡ଼ିଶା ଧାରା ୧)କୁ ଉଚ୍ଛେଦ କରି ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧ୍ୟାଦେଶ-୨୦୨୩ କାର୍ଯ୍ୟକାରୀ କରିବା ନିମନ୍ତେ ଉକ୍ତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ରିଅଲ ଇଷ୍ଟେଟ୍‌ (ନିୟମାବଳୀ ଓ ବିକାଶ) ଅଧିନିୟମ-୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ-୨୦୨୧ ମଧ୍ୟରେ ପରସ୍ପର ବିରୋଧାଭାସ ନିୟମ ରହିବାରୁ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ-୨୦୨୧ର ବିଜ୍ଞପ୍ତିକୁ ବିରୋଧ କରି ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ଏଥିଯୋଗୁ ଆପାର୍ଟମେଣ୍ଟ ପଞ୍ଜୀକରଣ ବର୍ଷେ ହେବ ବନ୍ଦ ରହିଛି। ଫଳରେ ବିକ୍ରୟ କବଲା ପଞ୍ଜୀକରଣ ହେଉ ନ ଥିବାରୁ ରାଜ୍ୟ ସରକାର ମଧ୍ୟ ରାଜସ୍ବ ହରାଉଛନ୍ତି। ଆପାର୍ଟମେଣ୍ଟକୁ ପ୍ରୋତ୍ସାହନ, ରକ୍ଷଣାବେକ୍ଷଣ ଓ ଉତ୍ତରାଧିକାରୀ ତଥା ହସ୍ତାନ୍ତର ଅଧିକାର ସୁନିଶ୍ଚିତ କରିବାକୁ ଅଧିନିୟମରେ ବ୍ୟବସ୍ଥା ରହିଛି। ଏଥିରେ ଆପାର୍ଟମେଣ୍ଟ ମାଲିକମାନଙ୍କର ସାଧାରଣ ଏରିଆ ବ୍ୟବହାର ନିମନ୍ତେ ଉଦ୍ଦିଷ୍ଟ ସ୍ଥାନ ଉପରେ ଅଧିକାର ବ୍ୟବସ୍ଥା ମଧ୍ୟ ରହିଛି। ତେବେ ନିୟମାବଳୀ ରୁଜୁ ହୋଇ ନ ଥିବା କାରଣରୁ ଅଧ୍ୟାଦେଶ କାର୍ଯ୍ୟକ୍ଷମ ହୋଇପାରୁ ନ ଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମୋହିତ ଅଗ୍ରଓ୍ବାଲ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri