୩ ମାସରେ ରେରା ରୁଲ୍‌ ଆଣିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(କାର୍ତ୍ତିକ ସାହୁ)/ଭୁବନେଶ୍ୱର(ଅନିଲ ଦାସ),୧୧ା୭: ଆପାର୍ଟମେଣ୍ଟରେ ଫ୍ଲାଟ୍‌ କିଣାବିକା ଉପରେ ଥିବା ରହିତାଦେଶକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ରାଜ୍ୟ ସରକାର ନୂତନ ନିୟମ ନ ଆଣିବା ପର୍ଯ୍ୟନ୍ତ ଏହି ରହିତାଦେଶ ଜାରି ରହିବ। ଏଥିସହ ଆଗାମୀ ୩ ମାସ ମଧ୍ୟରେ ଫ୍ଲାଟ୍‌ ପଞ୍ଜୀକରଣର ନୂଆ ରୁଲ୍‌ ଆଣିବାକୁ ହାଇକୋର୍ଟ ସୋମବାର ଏ ସଂକ୍ରାନ୍ତୀୟ ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏପରି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି। ପ୍ରକାଶ ଯେ, ଓଡ଼ିଶା ରିଅଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି(ରେରା) ଆପାର୍ଟମେଣ୍ଟରେ ଫ୍ଲାଟ୍‌ ପଞ୍ଜୀକରଣ ପାଇଁ ଜାରି କରିଥିବା ନିୟମାବଳୀକୁ ଚ୍ୟାଲେଞ୍ଜ କରି ବିମଳେନ୍ଦୁ ପ୍ରଧାନଙ୍କ ସମେତ ଅନ୍ୟମାନଙ୍କ ପକ୍ଷରୁ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ଫ୍ଲାଟ୍‌ ପଞ୍ଜୀକରଣ ନେଇ ସ୍ବତନ୍ତ୍ର ଆଇନ ଆଣିବାକୁ ହାଇକୋର୍ଟରେ ଏହି ଆବେଦନ ହୋଇଥିଲା। ରେରା ନିୟମ ଉପରେ ହାଇକୋର୍ଟ ରହିତାଦେଶ ଦେବା ସହ ରାଜ୍ୟ ସରକାରଙ୍କୁ ନୂତନ ଆଇନ ପ୍ରଣୟନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ସରକାର ନୂତନ ନିୟମାବଳୀ ପ୍ରଣୟନ କରିବାରେ ବିଫଳ ହେବାରୁ ପ୍ରାୟ ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ଫ୍ଲାଟ୍‌ କିଣାବିକା ନିମନ୍ତେ ପଞ୍ଜୀକରଣ ପ୍ରକ୍ରିୟା ବନ୍ଦ ଥିଲା। ତେବେ ରାଜ୍ୟ ସରକାର ଗତ ବିଧାନସଭା ଅଧିବେଶନରେ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ ୨୦୨୩ ଅନୁମୋଦନ କରିବାକୁ ଉପସ୍ଥାପନ କରିଥିଲେ। ହେଲେ ଶେଷ ମୁହୂର୍ତ୍ତରେ ତାହାକୁ ପ୍ରତ୍ୟାହାର କରିନେଇଥିଲେ। ନିକଟରେ ବିଧାନସଭା ଅଧିବେଶନ ନ ଥିବାରୁ ରାଜ୍ୟ ସରକାର ଅଧ୍ୟାଦେଶ ଜରିଆରେ ଉକ୍ତ ଅଧିନିୟମକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଥିଲେ। ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ଅଧ୍ୟାଦେଶକୁ ମେ’ ୨୯ରେ ଅନୁମୋଦନ କରାଯାଇଥିଲା। ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଅଧିନିୟମ-୧୯୮୨(୧୯୮୪ର ଓଡ଼ିଶା ଧାରା ୧)କୁ ଉଚ୍ଛେଦ କରି ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧ୍ୟାଦେଶ-୨୦୨୩ କାର୍ଯ୍ୟକାରୀ କରିବା ନିମନ୍ତେ ଉକ୍ତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ରିଅଲ ଇଷ୍ଟେଟ୍‌ (ନିୟମାବଳୀ ଓ ବିକାଶ) ଅଧିନିୟମ-୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ-୨୦୨୧ ମଧ୍ୟରେ ପରସ୍ପର ବିରୋଧାଭାସ ନିୟମ ରହିବାରୁ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ-୨୦୨୧ର ବିଜ୍ଞପ୍ତିକୁ ବିରୋଧ କରି ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ଏଥିଯୋଗୁ ଆପାର୍ଟମେଣ୍ଟ ପଞ୍ଜୀକରଣ ବର୍ଷେ ହେବ ବନ୍ଦ ରହିଛି। ଫଳରେ ବିକ୍ରୟ କବଲା ପଞ୍ଜୀକରଣ ହେଉ ନ ଥିବାରୁ ରାଜ୍ୟ ସରକାର ମଧ୍ୟ ରାଜସ୍ବ ହରାଉଛନ୍ତି। ଆପାର୍ଟମେଣ୍ଟକୁ ପ୍ରୋତ୍ସାହନ, ରକ୍ଷଣାବେକ୍ଷଣ ଓ ଉତ୍ତରାଧିକାରୀ ତଥା ହସ୍ତାନ୍ତର ଅଧିକାର ସୁନିଶ୍ଚିତ କରିବାକୁ ଅଧିନିୟମରେ ବ୍ୟବସ୍ଥା ରହିଛି। ଏଥିରେ ଆପାର୍ଟମେଣ୍ଟ ମାଲିକମାନଙ୍କର ସାଧାରଣ ଏରିଆ ବ୍ୟବହାର ନିମନ୍ତେ ଉଦ୍ଦିଷ୍ଟ ସ୍ଥାନ ଉପରେ ଅଧିକାର ବ୍ୟବସ୍ଥା ମଧ୍ୟ ରହିଛି। ତେବେ ନିୟମାବଳୀ ରୁଜୁ ହୋଇ ନ ଥିବା କାରଣରୁ ଅଧ୍ୟାଦେଶ କାର୍ଯ୍ୟକ୍ଷମ ହୋଇପାରୁ ନ ଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମୋହିତ ଅଗ୍ରଓ୍ବାଲ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri