ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ସମୟରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଠପଢ଼ା ହେବ ନାହିଁ। କିନ୍ତୁ ଅଧ୍ୟାପିକା ଅଧ୍ୟାପକମାନେ କଲେଜରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି। ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଦୀନେଶ ପ୍ରସାଦ ପଟ୍ଟନାୟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବୁଧବାର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଏବଂ ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାର ଏହି ନିର୍ଦ୍ଦେଶକୁ ଉଲ୍ଲଂଘନ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ତରଫରୁ ଜୁନ୍‌ ୧୭ରୁ କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର ଅଧିକାଂଶ କଲେଜକୁ ସଙ୍ଗରୋଧ କେନ୍ଦ୍ର କରାଯାଇଛି। ସେଠାରେ ରହିଥିବା ଅନେକ ବ୍ୟକ୍ତି ପରବର୍ତ୍ତୀ ସମୟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତଥାପି କଲେଜ ଖୋଲିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯଦି କଲେଜକୁ ଅଧ୍ୟାପିକା ଅଧ୍ୟପକ କିମ୍ବା କର୍ମଚାରୀ ଆସନ୍ତି, ତେବେ ସଂକ୍ରମଣ ହେବାର ଆଶଙ୍କା ରହିଛି ବୋଲି ଆବେଦନରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?