ଖବରଦାତା ଗିରଫ ମାମଲା: ଆଇଆଇସି, ଏସ୍‌ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆଳି,୨୪ା୧୨(ଡି.ଏନ.ଏ.): ଆଳି ଥାନା ଅଞ୍ଚଳର ୨ ଖବରଦାତାଙ୍କୁ ପୋଲିସ ଗିରଫ ଘଟଣାରେ ଆଇଆଇସି, ଏସ୍‌ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ହାଇକୋର୍ଟ କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ନଭେମ୍ବର ୨୮ରେ ଆଳି ଅଞ୍ଚଳର ଖବରଦାତା ଶୁଭାଶିଷ ଷଡଙ୍ଗୀ ଓ ଦୁଷ୍ମନ୍ତ ଆଚାର୍ଯ୍ୟ ଆଠକୋଣିଆ ଛକ ନିକଟରେ ଏକ ଗୋରୁ ଚାଲାଣ ଗାଡ଼ି ଅଟକାଇ ଥାନାକୁ ଖବର ଦେଇଥିଲେ। ପୋଲିସ ନ ଆସିବାରୁ ସେମାନେ ଥାନାକୁ ଯାଇଥିଲେ। ସେଠାରେ ଆଇଆଇସି ଓ ଏସ୍‌ଆଇ ସେମାନଙ୍କ କଥା ନ ଶୁଣି ଓଲଟା ମାଡମାରି ହାଜତରେ ପୁରାଇଥିଲେ। ଏହି ସମୟରେ ଅନ୍ୟ ଜଣେ ସ୍ଥାନୀୟ ଲୋକେ ତାଙ୍କ ସହ ଥିବାରୁ ତାଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା। ୩ ଜଣଙ୍କ ମଧ୍ୟରୁ ଜଣେ ବ୍ୟକ୍ତିଙ୍କ ସ୍ତ୍ରୀ ଥାନାକୁ ଯାଇଥିଲେ। ପୋଲିସ ତାଙ୍କୁ ମଧ୍ୟ ଦୁର୍ବ୍ୟବହାର କରିଥିଲା। ସେ ଥାନାରେ ୨୯ ତାରିଖରେ ଅଭିଯୋଗ କରିଥିଲେ। ସୁଫଳ ନ ପାଇ ଏସ୍‌ପିଙ୍କୁ ଜଣାଇଥିଲେ। ଶେଷରେ ସେ ଆଇନଜୀବୀଙ୍କ ସହ ଯୋଗାଯୋଗ କରିଥିଲେ। ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ଏନେଇ ହାଇକୋର୍ଟରେ ମାମଲା ଦାଏର କରିଥିଲେ। ମାମଲାର ବିଚାର ହାଇକୋର୍ଟଙ୍କ ଏକ ଖଣ୍ଡପୀଠ ଉକ୍ତ ରାୟ ଶୁଣାଇଛନ୍ତି। ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ୪ ସପ୍ତାହ ମଧ୍ୟରେ ଜଣାଇବା ପାଇଁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଥିବା ବ୍ୟୋମକେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?