ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୨।୩: ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣସଂଗଠିତ କର୍ମଚାରୀଙ୍କୁ ଚିହ୍ନଟ କରିବା ନେଇ ଆଗତ ମାମଲାର ଶୁଣାଣି କରି ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଏହି କମିଟି ଗଠନ କରାଯିବ। ଏଥିରେ ଶ୍ରମ କମିଶନର, ୩ଟି ସ୍ବେଚ୍ଛାସେବୀ ସଙ୍ଗଠନର ପ୍ରତିନିଧି ସାମିଲ ହେବେ। ମୁଖ୍ୟ ଶାସନ ସଚିବଙ୍କ ତତ୍ତ୍ୱାବଧାନରେ ଏକ ବୈଠକ ବସି ଏନେଇ ନିଷ୍ପତ୍ତି ଗ୍ରହଣ କରାଯିବ। ଖବରକାଗଜ ବିକ୍ରେତାଙ୍କଠାରୁ ଆରମ୍ଭ କରି ରାସ୍ତାପାର୍ଶ୍ୱ ଉଠାଦୋକାନୀଙ୍କ ପର୍ଯ୍ୟନ୍ତ ଅଣସଂଗଠିତ ଭାବେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ବିଭିନ୍ନ ସରକାରୀ ସୁବିଧା, ସୁଯୋଗ ରହିଛି। ସେମାନଙ୍କର ପଞ୍ଜୀକରଣ କରାଗଲେ ସରକାରୀ ସୁବିଧା, ସୁଯୋଗ ସେମାନଙ୍କୁ ମିଳିପାରନ୍ତା। ବର୍ତ୍ତମାନ ସୁଦ୍ଧା ଏହି ପଞ୍ଜୀକରଣ ଖୁବ୍‌ କମ୍‌ ରହିଛି। ତେଣୁ ଅଣସଂଗଠିତ କ୍ଷେତ୍ରରେ କେତେଜଣ ବ୍ୟକ୍ତି କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପଞ୍ଜୀକରଣ କିପରି କରାଯିବ, ସାମାଜିକ ସୁରକ୍ଷା ଆଇନ୍‌ ଅଧୀନରେ ସେମାନଙ୍କୁ କିପରି ସାମିଲ କରାଯିବ ଓ ସେମାନଙ୍କର ଉନ୍ନତି ପାଇଁ ସଚେତନତା କାର୍ଯ୍ୟକ୍ରମ କରାଯିବା ନେଇ ଏକ ଯୋଜନା ପ୍ରସ୍ତୁତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଆସନ୍ତା ୧ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଜୁଲାଇ ୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ରାଜ୍ୟ ଆଇନସେବା ପ୍ରାଧିକରଣ ପକ୍ଷରୁ ଦାଏର ଏହି ମାମଲାକୁ ଆଇନ୍‌ଜୀବୀ ମୃଣାଳିନୀ ପାଢ଼ୀ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri