ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା ନିଶ୍ଚୟ ବୋଲି କହିଛନ୍ତି । ବାର୍ଷିକ ୯ ପ୍ରତିଶତ ସୁଧ ପ୍ରତିପକ୍ଷ ସରକାରୀ ଅଧିକାରୀମାନେ ଗଣିବେ ବୋଲି ହାଇକୋର୍ଟ କହିଛନ୍ତି । କାର୍ଯ୍ୟ ସମ୍ପାଦନ କରିବା ପରେ ମଧ୍ୟ କୌଣସି କର୍ମଚାରୀଙ୍କ ଦରମା ଅଟକାଇ ରଖିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ ରାୟରେ ପ୍ରକାଶ କରିଛନ୍ତି ।

ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମଖଣ୍ଡି ଗ୍ରାମ ପଞ୍ଚାୟତର ୬ ନମ୍ବର ଅଙ୍ଗନବାଡ଼ି କେନ୍ଦ୍ରରେ ଆବେଦନକାରୀ, ଗତବର୍ଷ ଜୁଲାଇ ୨୪ ତାରିଖରୁ ଅଙ୍ଗନବାଡ଼ି କର୍ମୀ ଭାବେ ନିଯୁକ୍ତି ପାଇ ସୁଚାର ରୂପେ କାର୍ଯ୍ୟ କରିଚାଲିଛନ୍ତି । କିନ୍ତୁ ସରକାରଙ୍କ ପକ୍ଷରୁ ତାଙ୍କୁ ମାସିକ ଦରମା ପ୍ରଦାନ କରାଯାଇ ନଥିଲା । ବାରମ୍ବାର ବିଭିନ୍ନ ସରକାରୀ ଅଫିସରେ ନିଜର ଆବେଦନ କରିବା ସତ୍ତ୍ୱେ କୌଣସି ନିଷ୍କର୍ଷ ମିଳି ନଥିଲା ଯାହା ଫଳରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

ହାଇକୋର୍ଟ ଏହି ମମାଲାକୁ ଗୁରୁତ୍ୱର ସହ ନେଇ ଆବଦେନକାରୀଙ୍କୁ ତ୍ୱରିତ ସମୟ ମଧ୍ୟରେ ବାକି ଦରମା ପ୍ରଦାନ କରିବାକୁ ରାୟରେ ପ୍ରକାଶ କରିଛନ୍ତି । ଏହି ମାମଲାରେ ସରକାରଙ୍କ ଆଚରଣ ଆଦର୍ଶ ନିଯୁକ୍ତି ଦାତା ଭଳି ହେବା ଉଚିତ। ଯାହାଦ୍ୱାରା ସମସ୍ତ କର୍ମଚାରୀଙ୍କ ଭରସା ସରକାରଙ୍କ ଉପରେ ରହିବ । କର୍ମଚାରୀଙ୍କୁ ତାଙ୍କର ଦରମାରୁ ବଞ୍ଚିତ କରିବା ତାଙ୍କର ଜୀବିକା ନିର୍ବାହ ଅଧିକାରକୁ କ୍ଷୁର୍ଣ୍ଣ କରୁଛି । ଏହା ସାମ୍ବିଧାନିକ ଅଧିକାରର ସିଧାସଳଖ ଉଲ୍ଲଘଂନ କୁ ଦର୍ଶାଉଛି ବୋଲି କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri