ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲାରେ ହାଇକୋର୍ଟ ନିର୍ଦ୍ଦେଶ: ଭିଡିଓ କନଫରେନ୍ସରେ ହାଜର ହେବେ ଯୁବତୀ

କଟକ ଅଫିସ,୧୧।୮: ନିଜ ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ଜଣେ ଯୁବତୀ ହାଇକୋର୍ଟରେ ରୁଜୁ କରିଥିବା ହେବିୟସ୍‌ କର୍ପସ ମାମଲାର ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ଯାଜପୁର ଏସ୍‌ପି ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି। ବରୀ ଥାନା ଅଧିକାରୀ ଯୁବତୀଙ୍କ ଘରକୁ ଯାଇ ତଦନ୍ତ କରିଥିବା ରିପୋର୍ଟରେ ଦର୍ଶାଯାଇଛି। ତଦନ୍ତ ବେଳେ ଜଣାପଡ଼ିଛି ଯେ, ବରୀର ଯୁବତୀ ଓ ଆବେଦନକାରିଣୀଙ୍କ ମଧ୍ୟରେ ପୂର୍ବରୁ ପ୍ରେମ ସମ୍ପର୍କ ଥିଲା। ଆବେଦନକାରିଣୀଙ୍କୁ ସେ ବିବାହ କରିବାକୁ ଚାହୁଁଥିବା ଯୁବତୀ ବୟାନ ଦେଇଛନ୍ତି। ଯୁବତୀଙ୍କ ମା’ ଓ ମାମୁ ପୋଲିସ୍‌କୁ ଲିଖିତ ଭାବେ ଜଣାଇଛନ୍ତି ଯେ, ସେମାନେ ତାଙ୍କୁ ବଳପୂର୍ବକୁ କେଉଁଠି ବିବାହ କରାଇବେ ନାହିଁ କି ନିର୍ଯାତନା ଦେବେ ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଲିଖିତ ରିପୋର୍ଟକୁ ସରକାରୀ ଆଇନଜୀବୀ ଶାଶ୍ୱତ ପଟ୍ଟନାୟକ ହାଇକୋର୍ଟରେ ଦାଖଲ କରିଛନ୍ତି। ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ର ଓ ବିଚାରପତି ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଆସନ୍ତା ୧୭ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି। ଶୁଣାଣି ବେଳେ ଭିଡିଓ କନଫରେନ୍ସ ଜରିଆରେ ଯୁବତୀଙ୍କୁ ହାଜର କରିବା ପାଇଁ ଯାଜପୁର ଏସ୍‌ପିଙ୍କୁ ନିର୍ଦ୍ଦେଶ ହୋଇଛି। ୨୦୧୧ରୁ ଆବେଦନକାରିଣୀ ଯୁବତୀ ଏବଂ ବରୀର ସଂପୃକ୍ତା ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଚାଲିଛି। ଲିଭ୍‌ ଇନ୍‌ ରିଲେସନ୍‌ଶିପ୍‌ରେ ରହିବା ପାଇଁ ୨୦୨୦ ମାର୍ଚ୍ଚ ୧୭ରେ ସେମାନେ ଭୁବନେଶ୍ୱର କାର୍ଯ୍ୟକାରୀ ମାଜିଷ୍ଟ୍ରେଟ୍‌ଙ୍କ ପାଖରେ ସତ୍ୟପାଠ ଦେଇଥିଲେ। ଏକଥା ଜାଣିବା ପରେ ବରୀର ଯୁବତୀଙ୍କ ତାଙ୍କ ମା’ ଓ ମାମୁ ବଳପୂର୍ବକ ଉଠାଇନେଇ ଆଉ ଜଣଙ୍କ ସହ ବିବାହ କରିବାକୁ ବାଧ୍ୟ କରୁଥିଲେ। ଏନେଇ ଆବେଦନକାରିଣୀ ଖଣ୍ଡଗିରି ଓ ବରୀ ଥାନାରେ ଏତଲା ଦେଇଥିଲେ। କାର୍ଯ୍ୟାନୁଷ୍ଠାନ ନ ହେବାରୁ ସେ ଜୁଲାଇ ୩ରେ ହାଇକୋର୍ଟ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri