Posted inଜାତୀୟ

ଆଶିଷଙ୍କ ଜାମିନ୍‌ ଆବେଦନ ଖାରଜ କଲେ ହାଇକୋର୍ଟ…

ଆହ୍ଲାବାଦ,୨୬।୭ : ଲଖିମପୁର ଖେରୀ ମାମଲାରେ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କ ଜାମିନ ଆବେଦନକୁ ଆହ୍ଲାବାଦ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଚଳିତ ବର୍ଷ ଫେବୃଆରୀରେ ହାଇକୋର୍ଟ ଆଶିଷଙ୍କୁ ଜାମିନ ପ୍ରଦାନ କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟ ଏହି ଜାମିନକୁ ଖାରଜ କରି ଦେଇଥିଲେ। ଜାମିନ ଖାରଜ କରି ସର୍ବୋଚ୍ଚ ଅଦାଲତ ଆଶିଷଙ୍କୁ ଜାମିନ ପାଇଁ ଆହ୍ଲାବାଦ ହାଇକୋର୍ଟରେ ପୁଣି ନୂଆ କରି ଆବେଦନ କରିବାକୁ କହିଥିଲେ। ଏପ୍ରିଲରେ ସୁପ୍ରିମକୋର୍ଟ ଆଶିଷଙ୍କୁ ହାଇକୋର୍ଟରୁ ଦିଆଯାଇଥିବା ଜାମିନକୁ ଖାରଜ କରି ଏକ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ କହିଥିଲେ।

ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଏଡ଼ାଇ ଦେଇଥିବା ବେଳେ ପୀଡିତାଙ୍କୁ ସବୁ ସ୍ତରରେ ଶୁଣାଣି କରିବାର ଅଧିକାର ରହିଛି ବୋଲି ସୁପ୍ରିମ୍‌କୋର୍ଟ କହିଥିଲେ। ଏହି ମାମଲାରେ ପୀଡିତାଙ୍କୁ ଶୁଣାଣି କରିବାର ଅଧିକାରକୁ ବଞ୍ଚିତ କରାଯାଇଛି। ଅନେକ ଅପ୍ରାସଙ୍ଗିକ ତଥ୍ୟ ଏବଂ ଅଣଦେଖା ଉଦାହରଣକୁ ଦୃଷ୍ଟିରେ ରଖି ହାଇକୋର୍ଟ ଏହି ନିଷ୍ପତ୍ତି ଦେଇଥିଲେ। ହାଇକୋର୍ଟ ଆଶିଷଙ୍କ ଜାମିନ ଆବେଦନକୁ ପୁନର୍ବାର ଶୁଣାଣି କରିଥିଲେ ଏବଂ ଶୁଣାଣି ଶେଷ କରିବା ପରେ ଜୁଲାଇ ୧୫ ରେ ଏହି ଆଦେଶ ସଂରକ୍ଷିତ ରଖିଥିଲେ। ଏହାର ନିଷ୍ପତ୍ତି ପାଇଁ ବିଚାରପତି କୃଷ୍ଣ ପହଲଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପକ୍ଷରୁ ଜୁଲାଇ ୧୬ ତାରିଖ ସ୍ଥିର କରାଯାଇଥିଲା।

ଆଶିଷ ମିଶ୍ର ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ। ଆଶିଷ ତାଙ୍କ କାରରେ ଚାଷୀଙ୍କ ଉପରେ ଚଳାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଦିଅରଙ୍କ ବିବାହ ଠିକ୍‌ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…

ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍‌ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri