Posted inଜାତୀୟ

ଅବମାନନା ମାମଲାରେ ୪ ପୋଲିସଙ୍କୁ ଜେଲ ପଠାଇଲେ ହାଇକୋର୍ଟ

ଖେଡା,୧୯।୧୦: ଗୁଜରାଟର ଖେଡା ଜିଲାରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିବା ଅଭିଯୋଗରେ କୋର୍ଟଙ୍କ ଅବମାନମା ମାମଲାରେ ହାଇକୋର୍ଟ ଗୁରୁବାର ୪ ପୋଲିସକର୍ମୀଙ୍କୁ ୧୪ ଦିନ ପାଇଁ ଜେଲକୁ ପଠାଇ ଦେଇଛନ୍ତି। କୋର୍ଟ ଦୋଷୀଙ୍କ ଉପରେ ୨୦୦୦ଟଙ୍କାର ଜରିମାନା ବି କରିଛନ୍ତି।

ପ୍ରାୟ ଏକ ବର୍ଷ ପୂର୍ବେ ଏହି ଘଟଣା ଘଟିଥିଲା। ଏହାପୂର୍ବରୁ ଦୋଷୀ ସାବ୍ୟସ୍ତ ହୋଇ କୋର୍ଟଙ୍କ ନିକଟରେ ଏମାନେ ଆବେଦନ କରିଥିଲେ ଏବଂ ଏଥିପାଇଁ ସମୟ ମାଗିଥିଲେ। ଫଳରେ ରାୟକୁ ୩ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।
ଜଷ୍ଟିସ ଏସ ସୁପୋହିୟା ଏବଂ ଜଷ୍ଟିସ ଗୀତା ଗୋପିହାଦଙ୍କ ବେଞ୍ଚ ଯୁବକଙ୍କୁ ସର୍ବସାଧାରଣ ସ୍ଥାନରେ ମାଡ ମାରିବା ଅମାନବୀୟ ତଥା ମାନବିକତା ବିରୁଦ୍ଧ ବୋଲି କହିବା ସହ ଦୋଷୀ ପୋଲିସକୁ ମଧ୍ୟ ତାଗିଦ କରିଛନ୍ତି।
ଅକ୍ଟୋବର୩,୨୦୨୨ରେ ଗୁଜୁରାଟର ଅନ୍ଧେଲା ଗ୍ରାମରେ ଗରବା କାର୍ଯ୍ୟକ୍ରମରେ ପ୍ରାୟ ୨୦୦ଜଣ ଲୋକ ପଥର ଫିଙ୍ଗି ଏହି ଅଞ୍ଚଳର ସ୍ବାମୀନାରାୟଣ ମନ୍ଦିରକୁ ନଷ୍ଟ କରିଦେଇଥିଲେ। ଏହା ପରେ ସୋସିଆଲ ମିଡିଆରେ କିଛି ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ପୋଲିସ ଜନସାଧାରଣଙ୍କୁ କିଛି ଯୁବକଙ୍କୁ ମାଡ ମାରୁଥିବାର ଦେଖାଯାଇଥିଲା। ଏହି ପ୍ରସଙ୍ଗରେ ଗୁଜରାଟ ପୋଲିସକୁ ବହୁ ସମାଲୋଚନା କରାଯାଇଥିଲା। ଲୋକମାନେ ସୋସିଆଲ ମିଡିଆରେ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ...

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼

ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri