Posted inଜାତୀୟ

୧୮ ବର୍ଷରୁ କମ୍‌ ବୟସ୍କ ମୁସଲମାନ୍‌ ବାଳିକା ବିବାହ ନେଇ ସରକାରଙ୍କ ଜବାବ ଲୋଡିଲେ ହାଇକୋର୍ଟ…

ନୈନିତାଲ, ୨୩।୭ : ୧୮ ବର୍ଷରୁ କମ ବୟସ୍କ ମୁସଲମାନ ବାଳିକାଙ୍କ ବିବାହକୁ ବେଆଇନ ଘୋଷଣା କରିବାକୁ ଚାହୁଁଥିବା ଏକ ଜନସ୍ବାର୍ଥ ମାମଲା ଉପରେ ଉତ୍ତରାଖଣ୍ଡ ହାଇକୋର୍ଟ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଜବାବ ଲୋଡିଛନ୍ତି। ୟୁଥ ବାର୍‌ ଆସୋସିଏଶନ ଅଫ ଇଣ୍ଡିଆ ଦ୍ୱାରା ଏହି ଜନ ସ୍ବାର୍ଥ ମାମଲା ଦାଖଲ କରାଯାଇଛି।

ମୁଖ୍ୟ ବିଚାରପତି ବିପିନ ସାଙ୍ଘୀ ଏବଂ ବିଚାରପତି ଆର.ସି. କୋଲବୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ଆବେଦନ ଶୁଣାଣି କରି କେନ୍ଦ୍ର ଏବଂ ଉତ୍ତରାଖଣ୍ଡ ସରକାରଙ୍କୁ ଏହି ପ୍ରସଙ୍ଗରେ ଉତ୍ତର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆବେଦନରେ କୁହାଯାଇଛି ଯେ ମୁସଲିମ ପର୍ସନାଲ ଆଇନ ୧୮ ବର୍ଷରୁ କମ ବୟସ୍କ ବାଳିକାମାନଙ୍କୁ ବିବାହ କରିବାକୁ ଅନୁମତି ଦେଇଥାଏ। ଏହି କାରଣରୁ, ଅଦାଲତ ଏନେଇ ସୁରକ୍ଷା ଯୋଗାଇବାକୁ ବାଧ୍ୟ। ଜନ ସ୍ବାର୍ଥ ମାମଲାରେ ଉଲ୍ଲେଖ କରାଯାଇଛି ଯେ ଏହିପରି ବିବାହ ଛୋଟ ଝିଅମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରିଥାଏ। କମ୍‌ ବୟସରେ ଗର୍ଭବତୀ ହେବା ଦ୍ୱାରା ସେମାନଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି ହେଉଥିବା ଆବେଦନରେ କୁହାଯାଇଛି ଏଥିରେ କୁହାଯାଇଛି ଯେ ୧୮ ବର୍ଷରୁ କମ ବୟସ୍କ ଝିଅମାନଙ୍କୁ ବିବାହ ଅନୁମତି ଦେବା ପୋକ୍ସୋ ଅଧିନିୟମ ଅନୁଯାୟୀ ଏକ ଅପରାଧ ଅଟେ।

ଏହି ବିବାହ କେବଳ ବେଆଇନ ଘୋଷିତ ହେବା ଉଚିତ ନୁହେଁ, ଯେଉଁମାନେ ବିବାହ ନାମରେ ୧୮ ବର୍ଷରୁ କମ ବୟସ୍କ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରହିଛି ସେମାନଙ୍କ ବିରୋଧରେ ମଧ୍ୟ ପୋକ୍ସୋ ଆକ୍ଟ ଅନୁଯାୟୀ ମାମଲା ରୁଜୁ କରାଯିବା ଉଚିତ ବୋଲି ଖଣ୍ଡପୀଠ କହିଛନ୍ତି। ଜନସ୍ବାର୍ଥ ମାମଲାରେ ଏହା ମଧ୍ୟ ପରାମର୍ଶ ଦିଆଯାଇଛି ଯେ ଜଣେ ଝିଅଙ୍କର ବିବାହ ବୟସ ୧୮ ବର୍ଷରୁ ୨୧ ବର୍ଷକୁ ବୃଦ୍ଧି କରାଯିବା ଉଚିତ। ଜାତି କିମ୍ବା ଧର୍ମ ନିର୍ବିଶେଷରେ ଏହା ଲାଗୁ କରାଯିବା ଜରୁରୀ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri