ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ

କଟକ,୨୧।୧୧: ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିବା ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଡିସେମ୍ବର ୧୨ ତାରିଖ ଯାଏଁ ରହିତାଦେଶ ଦେଇଛନ୍ତି ହାଇକୋର୍ଟ।

ଶୁକ୍ରବାର ବିଡିଏ ପକ୍ଷରୁ ଏହି ଅନୈତିକ କୋଠାବାଡ଼ି ନିର୍ମାଣ ଭଙ୍ଗା ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଆଶ୍ରମ କର୍ତ୍ତୃପକ୍ଷ। ଯାହା ଉପରେ କୋର୍ଟ ତୁରନ୍ତ ଶୁଣାଣି କରି ରହିତାଦେଶ ଲାଗୁ ହୋଇଛି।

ସୂଚନାଯୋଗ୍ୟ ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ସରକାରୀ ଜମିରେ ଆଶ୍ରମ ନିର୍ମାଣ ହୋଇଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ ହୋଇଥିଲା। ଏହି ଘଟଣା ସାମ୍ନାକୁ ଆସିବା ପରେ ପ୍ରଶାସନ ତତ୍ପରତା ଦେଖାଇ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।

ଜିଲାପାଳ କହିଥିଲେ ଯେ, ବୈକୁଣ୍ଠଧାମ ଆଶ୍ରମ ବେଆଇନ ଭାବେ ନିର୍ମାଣ ହୋଇଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ଘଟଣାର ତଦନ୍ତ ପାଇଁ ଭୁବନେଶ୍ବର ଉପଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସେ ଟିମ୍‌ ସହ ଘଟଣାସ୍ଥଳ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବେ। ତେବେ ଏହା ରାଜସ୍ବ ଅଥବା ଜିଏ ଡିପାର୍ଟମେଣ୍ଟର ଯାଞ୍ଚ ପରେ ମାମଲା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri