ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ

କଟକ,୨୧।୧୧: ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିବା ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଡିସେମ୍ବର ୧୨ ତାରିଖ ଯାଏଁ ରହିତାଦେଶ ଦେଇଛନ୍ତି ହାଇକୋର୍ଟ।

ଶୁକ୍ରବାର ବିଡିଏ ପକ୍ଷରୁ ଏହି ଅନୈତିକ କୋଠାବାଡ଼ି ନିର୍ମାଣ ଭଙ୍ଗା ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଆଶ୍ରମ କର୍ତ୍ତୃପକ୍ଷ। ଯାହା ଉପରେ କୋର୍ଟ ତୁରନ୍ତ ଶୁଣାଣି କରି ରହିତାଦେଶ ଲାଗୁ ହୋଇଛି।

ସୂଚନାଯୋଗ୍ୟ ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ସରକାରୀ ଜମିରେ ଆଶ୍ରମ ନିର୍ମାଣ ହୋଇଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ ହୋଇଥିଲା। ଏହି ଘଟଣା ସାମ୍ନାକୁ ଆସିବା ପରେ ପ୍ରଶାସନ ତତ୍ପରତା ଦେଖାଇ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।

ଜିଲାପାଳ କହିଥିଲେ ଯେ, ବୈକୁଣ୍ଠଧାମ ଆଶ୍ରମ ବେଆଇନ ଭାବେ ନିର୍ମାଣ ହୋଇଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ଘଟଣାର ତଦନ୍ତ ପାଇଁ ଭୁବନେଶ୍ବର ଉପଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସେ ଟିମ୍‌ ସହ ଘଟଣାସ୍ଥଳ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବେ। ତେବେ ଏହା ରାଜସ୍ବ ଅଥବା ଜିଏ ଡିପାର୍ଟମେଣ୍ଟର ଯାଞ୍ଚ ପରେ ମାମଲା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri