ଏଏସ୍‌ଓ ଚୟନ ପ୍ରକ୍ରିୟାରେ ହାଇକୋର୍ଟଙ୍କ ରୋକ

କଟକ,୧୦ା୮ (କାର୍ତ୍ତିକ ସାହୁ)ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କରିବାକୁ ଜଣକିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ ଉପରେ ରୋକ ଲାଗିଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ମାମଲାର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)କୁ ପୂର୍ବ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ପୁନର୍ବିଚାର ନିମନ୍ତେ କେତେଜଣ ପରୀକ୍ଷାର୍ଥୀ ଡିଭିଜନ ବେଞ୍ଚରେ ଆବେଦନ କରିଛନ୍ତି। ଡିଭିଜନ ବେଞ୍ଚ ଏହାକୁ ଗ୍ରହଣ କରି ପ୍ରାଥମିକ ପର୍ଯ୍ୟାୟରେ ସ୍ଥଗିତାଦେଶ ଜାରି କରିଛନ୍ତି।
ସୂଚନା ଅନୁସାରେ, ୨୦୨୨ ଅଗଷ୍ଟ ୨୭ରେ ୭୯୬ଟି ଏଏସ୍‌ଓ ପଦବୀ ଲାଗି ଓପିଏସ୍‌ସି ପକ୍ଷରୁ ଲିଖିତ ପରୀକ୍ଷା କରାଯାଇଥିଲା। ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନକାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୧୦୪ ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨ ନଭେମ୍ବର ୭ରେ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ୍‌ ଯାଞ୍ଚ ଓ କମ୍ପ୍ୟୁଟର (ପ୍ରାକ୍ଟିକାଲ) ସ୍କିଲ୍‌ ଟେଷ୍ଟ ପାଇଁ ଡକାଯାଇଥିଲା।
ଆରମ୍ଭରୁ ବିବାଦରେ ରହିଥିବା ଏଏସ୍‌ଓ ପରୀକ୍ଷାକୁ ନେଇ କେତେଜଣ ପ୍ରାର୍ଥୀ ଧାରଣା ଦେଇଥିଲେ। ଏନେଇ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ପୂର୍ବ ମେଧା ତାଲିକା ଖାରଜ କରି ନୂତନ ମେଧା ତାଲିକା ପ୍ରସ୍ତୁତ କରିବାକୁ ଓପିଏସ୍‌ସିକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପୁଣି କେତେଜଣ ପରୀକ୍ଷାର୍ଥୀ ଏକ ରିଟ୍‌ ପିଟିଶନ୍‌ ଦାଖଲ କରି ଦର୍ଶାଇଥିଲେ, ଏଏସ୍‌ଓ ପରୀକ୍ଷା ଅନିୟମିତତା ଯୋଗୁ ଆମେ ପ୍ରଭାବିତ ହୋଇଛୁ। ହାଇକୋର୍ଟ ଉକ୍ତ ମାମଲାରେ ଆମ୍ଭମାନଙ୍କ ଆବେଦନର ଶୁଣାଣି ନ କରି ରାୟ ପ୍ରକାଶ କରିଥିବାରୁ ଆମକୁ ଏହି ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଅନୁମତି ଦିଆଯାଉ ବୋଲି ପ୍ରାର୍ଥନା କରିଥିଲେ। ଦୁଇଟିଯାକ ମାମଲାକୁ ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗତ ଜୁଲାଇ ୩୧ ତାରିଖରେ ହାଇକୋର୍ଟରେ ଉଭୟ ରିଟ୍‌ ପିଟିଶନ୍‌ ଓ ରିଭ୍ୟୁ ପିଟିଶନ୍‌ର ଏକତ୍ର ଶୁଣାଣି କରାଯାଇଥିଲା। ହାଇକୋର୍ଟ ପୂର୍ବ ନିର୍ଦ୍ଦେଶକୁ କାଏମ ରଖିବା ସହ ଦୁଇଟିଯାକ ପିଟିଶନ୍‌କୁ ଖାରଜ କରିଦେଇଥିଲେ। ଏଏସ୍‌ଓ ନିଯୁକ୍ତି ନିମନ୍ତେ ଅନୁଷ୍ଠିତ ପରୀକ୍ଷାଫଳ ପ୍ରକାଶରେ ଅନିୟମିତତା ହୋଇଥିବା ମାମଲାର ଶୁଣାଣି ଗତ ମେ’ ୧୯ ତାରିଖରେ ହୋଇଥିଲା। ସେହି ଶୁଣାଣିରେ ହାଇକୋର୍ଟ ଏଏସ୍‌ଓ ନିଯୁକ୍ତି ନେଇ ଓପିଏସ୍‌ସି ଦ୍ୱାରା ପ୍ରକାଶିତ ମେଧା ତାଲିକାକୁ ଖାରଜ କରିଥିଲେ। ଏଥିସହ ଆଗାମୀ ୨ ମାସ ମଧ୍ୟରେ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଓପିଏସ୍‌ସି ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ନ କରିବାରୁ କେତେଜଣ ପରୀକ୍ଷାର୍ଥୀ ଓପିଏସ୍‌ସି ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri