IRB Constable Sepoy ନିଯୁକ୍ତି ମାମଲା: ନିଯୁକ୍ତିରେ ହାଇକୋର୍ଟଙ୍କ ରୋକ୍‌

କଟକ,୧୪ା୩(କାର୍ତ୍ତିକ ସାହୁ): ଇଣ୍ଡିଆନ ରିଜର୍ଭ ବାଟାଲିଅନ୍‌ (ଆଇଆର୍‌ବି) କନ୍‌ଷ୍ଟେବଲ୍‌ ସିପାହି ନିଯୁକ୍ତି ପ୍ରକ୍ରିୟାରେ ହାଇକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା। ଅନ୍ୟାଦେଶ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରଖିବା ପାଇଁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଆସନ୍ତା ୨୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ମାମଲାର ବିବରଣୀରୁ ପ୍ରକାଶ, ମହାମାରୀ କରୋନା କାରଣରୁ ପ୍ରାୟ ୩ ବର୍ଷ ପର୍ଯ୍ୟନ୍ତ ଆଇଆର୍‌ବି କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲା। କରୋନା କାଳ ଅତିକ୍ରମ କଲାପରେ ପ୍ରାୟ ୧୮୦୦ ଆଇଆର୍‌ବି କନ୍‌ଷ୍ଟେବଲ୍‌ ସିପାହି ପଦବୀ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସେହି ସମୟ ଭିତରେ କେତେଜଣ ପ୍ରାର୍ଥୀଙ୍କର ବୟସ ଅତିକ୍ରାନ୍ତ ହୋଇଯାଇଥିଲା।

ତେବେ ବୟସାଧିକ କାରଣରୁ ବାଦ୍‌ ପଡ଼ିଥିବା କେତେଜଣ ପ୍ରାର୍ଥୀ ଇଣ୍ଟରଭ୍ୟୁ ଦେବା ଲାଗି ଅନୁମତି ଲୋଡି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ସେମାନଙ୍କ ଆବେଦନକୁ ବିଚାରକରି ଇଣ୍ଟରଭ୍ୟୁରେ ସାମିଲ ହେବା ଲାଗି ନିର୍ଦ୍ଦେଶ ଦେଇଥିଲେ। ହେଲେ ଇତିମଧ୍ୟରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କିନ୍ତୁ ବୟସାଧିକ ହେତୁ ମେଧା ତାଲିକାରୁ ବାଦ୍‌ ପଡ଼ିଥିବା ପ୍ରାର୍ଥୀମାନେ ଏଥିରୁ ବଞ୍ଚତ୍ତ ହୋଇଛନ୍ତି। ବୟସ ଅତିକ୍ରାନ୍ତ କରିଥିବା ପ୍ରାର୍ଥୀମାନଙ୍କ ପାଇଁ ପୂର୍ବରୁ ଯେଉଁ ନିର୍ଦ୍ଦେଶନାମା ଜାରି ହୋଇଥିଲା, ତାହା କାର୍ଯ୍ୟକାରୀ ହୋଇ ନ ଥିଲା। ତେଣୁ ସେମାନେ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ସେମାନଙ୍କ ପାଇଁ ଲାଗୁ କରିବା ନିମନ୍ତେ ଆଦେଶ ଦେବାକୁ ସେମାନେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri