‘ଦି କେରଳ ଷ୍ଟୋରି ୨’ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କୋଚି,୨୭ା୨(ପି.ଟି.): ‘ଦି କେରଳ ଷ୍ଟୋରି ୨- ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟ ଗୁରୁବାର ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି । ଉକ୍ତ ଚଳଚ୍ଚିତ୍ରକୁ ସେନ୍‌ସର ବୋର୍ଡ ସାର୍ଟିଫିକେଟ ଦେବାବେଳେ ଠିକ୍‌ଭାବେ ବିଚାର କରି ନ ଥିବା ଅନୁଧ୍ୟାନରୁ ଜଣାପଡ଼ିଥିବା ଜଷ୍ଟିସ୍‌ ବେଚୁ କୁରିଅନ୍‌ ଥୋମାସ୍‌ କହିଛନ୍ତି । ଶୁକ୍ରବାର ଚଳଚ୍ଚିତ୍ର ମୁକ୍ତିଲାଭ ହେବାକୁ ଥିବାବେଳେ ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ୨ଟି ପିଟିଶନ ଦାଏର ହୋଇଥିଲା।

ଚଳଚ୍ଚିତ୍ର ଯେପରି ସାମାଜିକ ସଦ୍ଭାବନାକୁ ବ୍ୟାଘାତ ନ କରିବ ତାହା ସୁନିଶ୍ଚିତ କରିବା ପାଇଁ ଗାଇଡ୍‌ଲାଇନ ରହିଛି। କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ (ସିବିଏଫ୍‌ସି) ଏହାକୁ ଅନୁପାଳନ କରି ନ ଥିବା ଜଣାପଡ଼ୁଛି ବୋଲି ଉଚ୍ଚ ଅଦାଲତ ତାଙ୍କ ରାୟରେ କହିଛନ୍ତି। କୌଣସି ବିଷୟବସ୍ତୁର ପ୍ରଚାର ପ୍ରସାର ଦ୍ୱାରା ଆଇନ ଶୃଙ୍ଖଳାରେ ବାଧା ସୃଷ୍ଟି କିମ୍ବା ସାମାଜିକ ସଦ୍‌ଭାବନାକୁ ପ୍ରଭାବିତ କରିବା ପ୍ରବୃତ୍ତି ଥିଲେ, ତାହା ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଏ)ର ବାକ୍‌ ଓ ଅଭିବ୍ୟକ୍ତି ସ୍ବାଧୀନତା ପରିସରରେ ଆସୁନାହିଁ । କେନ୍ଦ୍ର ସରକାର ଏହା ଉପରେ ବିଚାର କରି ୨ ସପ୍ତାହ ମଧ୍ୟରେ ନିର୍ଦ୍ଦେଶନାମା ଜାରି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ସରକାର ଆବେଦନକାରୀ, ସିବିଏଫ୍‌ସି ଏବଂ ଚଳଚ୍ଚିତ୍ରର ନିର୍ମାତାଙ୍କ ମତାମତ ଶୁଣାଣି ପାଇଁ ସୁଯୋଗ ଦେବେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?