ଉଷା ପାଢ଼ୀଙ୍କୁ ହାଇକୋର୍ଟଙ୍କ ହାଜିରା ନିର୍ଦ୍ଦେଶ

କଟକ,୨୪ା୧: ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟ ହାଜିରା ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅଦାଲତ ଅବମାନନା ମାମଲାରେ ଉଷାଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ଖାଲି ଏତିକି ନୁହେଁ ସଚିବଙ୍କ ସହ ପୌର ପ୍ରଶାସନ ନିର୍ଦ୍ଦେଶକ ଓ କଟକ ଜିଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ହାଜିରା ସୁନିଶ୍ଚିତ ପାଇଁ ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ୩୦ ତାରିଖ ସକାଳ ୧୦ଟା ୩୦ରେ ହାଜର ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Share