ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି: ତଳ କୋର୍ଟର ଦଣ୍ଡାଦେଶକୁ ହାଇକୋର୍ଟରେ ସ୍ଥଗିତାଦେଶ

ଝାରସୁଗୁଡ଼ା ଅଫିସ,୭।୧୧: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ଦାଶ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତଳ କୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ଛତିଶଗଡ଼ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ହାଇକୋର୍ଟରେ କ୍ରିମିନାଲ ଅପିଲ ମାମଲା ଶେଷ ଯାଏ ଏହି ଆଦେଶ ବଳବତ୍ତର ରହିବ ବୋଲି ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା କୋର୍ଟ ଅର୍ଡରରେ କୁହାଯାଇଛି। ଏପରି କି ୧ ଲକ୍ଷ ଟଙ୍କା ଓ ଜଣେ ଜମିନଦାରଙ୍କ ମାଧ୍ୟମରେ ଡିସେମ୍ବର ୨୦ ମଧ୍ୟରେ ସେ ଜାମିନରେ ବାହାରିବେ ବୋଲି କୋର୍ଟ ରାୟରେ ଉଲ୍ଲେଖ ରହିଛି। ଏପରିକି ତଳ କୋର୍ଟର ଧାର୍ଯ୍ୟ ସମସ୍ତ ତାରିଖରେ ତାଙ୍କୁ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଛତିଶଗଡ଼ ହାଇକୋର୍ଟ ମାମଲାର ବିଚାରକରି ଗତ ଗୁରୁବାର ତାଙ୍କୁ ଜାମିନ ପ୍ରଦାନ କରିଥିବା ସହ ଉପରୋକ୍ତ ନିର୍ଦ୍ଦେଶ ଦେଇଥିବା ତାଙ୍କ ଓକିଲ ସମରର୍ଥ ସିଂହ ମାରହାସ ଏହି ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ କଳ୍ପନା ଓ ବବ୍‌ଲି ହତ୍ୟାକାଣ୍ଡକୁ ନେଇ ଛତିଶଗଡ଼ ଚକ୍ରଧରନଗର ଥାନାରେ ହତ୍ୟା ମାମଲା (ନଂ.୧୫୮/୧୬) ରୁଜୁ ହୋଇଥିଲା। ଏହାର ତଦନ୍ତକରି ଦୀର୍ଘ ୪ବର୍ଷ ପରେ ୨୦୨୦ ଫେବୃୟାରୀ ୧୩ରେ ପୂର୍ବତନ ବିଧାୟକ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ଚକ୍ରଧରନଗର ପୋଲିସ୍‌ ଗିରଫ କରିଥିଲା। ଗିରଫ ପରେ ଉଭୟଙ୍କୁ ରାୟଗଡ଼ ଜେଲ ହାଜତକୁ ପଠାଇ ଦିଆଯାଇଥିଲା । ରାୟଗଡ଼ ଜିଲା କୋର୍ଟରେ ଏହାର ବିଚାର ଚାଲିଥିଲା । ବିଚାର ପରେ ଉଭୟଙ୍କ ମଧ୍ୟରୁ ଡ୍ରାଇଭର ଟପ୍ପୋଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଦେଇଥିଲେ । କୋର୍ଟରେ ବିଧାୟକ ସାଏଙ୍କ ବିଚାର ଚାଲିଥିବା ବେଳେ ଗତ ଏପ୍ରିଲ ୨ରେ ଜିଲା ଦୌରାଜଜ୍‌ ତାଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଏହାକୁ ନେଇ ସାଏ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?