ସର୍ବସାଧାରଣ ପରିଦର୍ଶନ କରିବେ ହାଇକୋର୍ଟ

କଟକ,୪ା୮(କାର୍ତ୍ତିକ ସାହୁ):ବିଚାର ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଆସନ୍ତା ୫ ତାରିଖଠାରୁ ଛୁଟିଦିନ ବ୍ୟତୀତ ପ୍ରତି ଶନିବାର ହାଇକୋର୍ଟ ସର୍ବସାଧାରଣଙ୍କ ପରିଦର୍ଶନ ନିମନ୍ତେ ଖୋଲାରହିବ। ସେଦିନ ଦୁଇଟି ପର୍ଯ୍ୟାୟରେ ଏହି ପରିଦର୍ଶନ କାର୍ଯ୍ୟକ୍ରମ ପାଇଁ ସୁଯୋଗ ଦିଆଯିବ। ପ୍ରତି ପର୍ଯ୍ୟାୟରେ ୪୦ ଜଣ ଲେଖାଏ ଲୋକଙ୍କୁ ହାଇକୋର୍ଟ ଭିତରକୁ ପ୍ରବେଶ କରିବାକୁ ଦିଆଯିବ। ପ୍ରଥମ ପର୍ଯ୍ୟାୟ ପୂର୍ବାହ୍ନ ୧୦ଟାରୁ ସାଢେ ୧୧ଟା ଓ ଦ୍ୱିତୀୟ ପର୍ଯ୍ୟାୟ ପୂର୍ବାହ୍ନ ସାଢେ ୧୧ଟାରୁ ଅପରାହ୍ନ ୧ଟା ଯାଏ ସମୟ ସ୍ଥିର କରାଯାଇଛି। ହାଇକୋର୍ଟର ଐତିହାସିକ କୋଠା ଓ ନୂତନ କୋଠାରେ ଥିବା ବିଚାରପତିମାନଙ୍କ କୋର୍ଟ ରୁମ୍‌ ସମେତ ହାଇକୋର୍ଟର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଦର୍ଶନ ନିମନ୍ତେ ସୁଯୋଗ ଦିଆଯିବ। ହାଇକୋର୍ଟର ଅଧିକାରୀମାନେ ଉପସ୍ଥିତ ରହି ପରିଦର୍ଶକମାନଙ୍କୁ ମାର୍ଗଦର୍ଶନ କରିବେ। ଏଥିପାଇଁ ୩ ତାରିଖରୁ ଭିଜିଟର୍ସ ପାସ୍‌ କପି ସେକ୍ସନରେ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ପଞ୍ଜୀକରଣ ପରେ ପ୍ରଦାନ କରାଯିବ। ହାଇକୋର୍ଟ ବୁଲିବାକୁ ଚାହୁଁଥିବା ବ୍ୟକ୍ତିମାନେ ପଞ୍ଜୀକରଣବେଳେ ନିଜର ପରିଚୟ ପତ୍ର ପ୍ରଦାନ କରିବେ। ପରିଦର୍ଶନବେଳେ ମଧ୍ୟ ପରିଚୟ ପତ୍ର ଓ ପାସ୍‌ ସାଙ୍ଗରେ ଆଣିବେ। ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ଏହି ପଞ୍ଜୀକରଣ ଆରମ୍ଭ ହେବ ବୋଲି ହାଇକୋର୍ଟ ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri