୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ସେହିପରି ହାଇକୋର୍ଟ ପରିସରକୁ ସାନିଟାଇଜ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।