୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ କାର୍ଯ୍ୟ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ସୂଚନା ମୁତାବକ ଏହି କଟକଣା ଆସନ୍ତା ଜୁଲାଇ ୨ ଯାଏ ବଳବତ୍ତର ରହିବ। ତଦନୁଯାୟୀ ପ୍ରତ୍ୟେକ କାର୍ଯ୍ୟଦିବସରେ ପୂର୍ବାହ୍ନ ସାଢ଼େ ୧୦ଟାରୁ ଗୋଟିଏ ଡିଭିଜନ ବେଞ୍ଚ ଏବଂ ୬ଟି ଏକକ ବେଞ୍ଚ ଭିଡିଓ କନଫରେନ୍ସରେ ଶୁଣାଣି କରିବେ। ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଏବଂ ତଦୂର୍ଦ୍ଧ୍ୱ ପଦବୀରେ ଥିବା ଅଫିସରଙ୍କ ବ୍ୟତୀତ ୫୦% କର୍ମଚାରୀରେ ହାଇକୋର୍ଟ ଅଫିସ୍‌ କାର୍ଯ୍ୟ ଚାଲିବ। ଯେଉଁ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ, ସେମାନେ ନିଜର ପରିଚୟପତ୍ର ଅଫିସ୍‌ ସମୟରେ ପିନ୍ଧିବେ। ଅଫିସର ଏବଂ କର୍ମଚାରୀଙ୍କ ବ୍ୟତୀତ ଅନ୍ୟ କାହାରିକୁ ହାଇକୋର୍ଟ କ୍ୟାମ୍ପସ୍‌ରେ ପ୍ରବେଶ ଅନୁମତି ଦିଆଯାଇନାହଁି। ତ୍ରୁଟି ଦୂର କରିବାର ସୀମିତ ଉଦ୍ଦେଶ୍ୟରେ ଆଡ୍‌ଭୋକେଟ୍‌ମାନେ ହାଇକୋର୍ଟ ଆସିପାରନ୍ତି। ପୂର୍ବାହ୍ନ ସାଢ଼େ ୧୦ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା କପିଂ ସେକ୍ସନ କାଉଣ୍ଟର ନିକଟରେ ଥିବା ଡ୍ରପ୍‌ ବକ୍ସରେ କେସ୍‌ ଓ ଡକ୍ୟୁମେଣ୍ଟ ଦାଖଲ କରାଯାଇପାରିବ। ନଚେତ୍‌ ଏଥିପାଇଁ ଇ-ମେଲ୍‌ efiling.od-hc@gov.in ଏବଂ ଇ-ଫାଇଲିଂ ପୋର୍ଟାଲକୁ ବ୍ୟବହାର କରାଯାଇପାରିବ। ମାମଲାଗୁଡ଼ିକର ସୂଚୀବଦ୍ଧ ପାଇଁ ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଡ୍ରପ୍‌ ବକ୍ସରେ ‘ମେନ୍‌ସନ ମେମୋ’ ଉଲ୍ଲେଖ କରି ଦାଖଲ କରାଯାଇପରିବ। ଜରୁରୀ ପ୍ରସଙ୍ଗରେ ମୌଖିକ ଭାବେ ଉଲ୍ଲେଖ କରାଯିବା ଆବଶ୍ୟକ ଅନୁଭବ ହେଲେ ଏହି ୧ ଘଣ୍ଟା ସମୟ ମଧ୍ୟରେ ରେଜିଷ୍ଟ୍ରାର୍‌ (ଜୁଡିସିଆଲ) ଏବଂ ଡେପୁଟି ରେଜିଷ୍ଟ୍ରାର୍‌ (ଜୁଡିସିଆଲ)ଙ୍କୁ ଭିଡିଓ କନଫରେନ୍ସ ମାଧ୍ୟମରେ ଜଣାଯାଇପାରିବ। ଲ’ଜିମା କୋର୍ଟଗୁଡ଼ିକର କାର୍ଯ୍ୟ ବାତିଲ ଜାରି ରହିବ। ସେହିପରି ଓଡ଼ିଶା ଷ୍ଟେଟ୍‌ ବାର୍‌ କାଉନ୍‌ସିଲ ପରିସରସ୍ଥ ଭିଡିଓ କନଫରେନ୍ସ କ୍ୟାବିନ ମଧ୍ୟ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri