ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ଉପରେ ନିର୍ଭର କରୁଥିବା ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅ ପରିବାର ପେନସନ ପାଇବେ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଯାହା ବେଶ ଯୁଗାନ୍ତକାରୀ ଓ ସମାଜକୁ ଏକ ଉତ୍ତମ ବାର୍ତ୍ତା ପ୍ରଦାନ କରିଛି। ମମାଲା ଟି ଏପରି ଥିଲା ଯେ ,ଆବେଦନକାରୀଙ୍କ ବାପା କୃଷି ବିଭାଗରେ ଓଭରସିଅର ଭାବେ କାର୍ଯ୍ୟ କରି ଅବସର ଗ୍ରହଣ କରିବା ପରେ ପେନସନ ପାଉଥିଲେ। ୨୦୧୧ରେ ବାପାଙ୍କ ଦେହାନ୍ତ ହେବା ପରେ ଆବେଦନକାରୀଙ୍କ ମା’ ପରିବାର ପେନସନ ପାଇଥିଲେ। ଆବେଦନକାରୀଙ୍କ ମା’ଙ୍କ ୨୦୧୯ରେ ପରଲୋକ ହୋଇଥିଲା। ବିବାହ ପରେ ଶ୍ବଶୁର ଘରେ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା। ଏହାପରେ ୨୦୧୦ରୁ ଆବେଦନକାରୀ ବାପାଙ୍କ ଘରେ ରହି ଆସୁଥିଲେ। ଚଳିବା ପାଇଁ ସେ ବାପାଙ୍କ ଉପରେ ନିର୍ଭର କରୁଥିଲେ। ୨୦୧୯ରେ ଆବେଦନକାରୀଙ୍କ ବିବାହ ବିଚ୍ଛେଦ ନିର୍ଦ୍ଦେଶ ଅଦାଲତ ପ୍ରଦାନ କରିଥିଲେ। ମା’ଙ୍କ ମୃତ୍ୟୁ ପରେ ସେ ନିର୍ଭରଶୀଳ ଛାଡପତ୍ର ଝିଅ ଭାବେ ପରିବାର ପେନସନ ପାଇଁ ଦରଖାସ୍ତ ଦାଖଲ କରିଥିଲେ। ତାଙ୍କ ପରିବାର ପେନସନ ଦରଖାସ୍ତକୁ କର୍ତ୍ତୃପକ୍ଷ ଗ୍ରହଣ କରିବାକୁ ମନା କରିଥିଲେ। ଏହି ନିର୍ଦ୍ଦେଶକୁ ଚାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ପିତାମାତାଙ୍କ ମୃତ୍ୟୁ ପରେ ନିର୍ଭରଶୀଳ ଝିଅକୁ ପରିବାର ପେନସନରୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଏଥି ସହିତ ବାପା-ମାଙ୍କ ମୃତ୍ୟୁ ପରେ ନିର୍ଭରଶୀଳ ଝିଅକୁ ୮ ସପ୍ତାହ ଭିତରେ ପରିବାର ପେନସନ ମଞ୍ଜୁର କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?