ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ ଧାନ ସଂଗ୍ରହ ପାଇଁ ପଞ୍ଜିକୃତ ଚାଷୀଙ୍କୁ ଟୋକନ ପ୍ରଦାନ ସମ୍ପର୍କିତ ଏକ ମାମଲାର ଶୁଣାଣି କରି ମାନ୍ୟବର ଅଦାଲତ ବରଗଡ଼ ଜିଲାପାଳଙ୍କୁ ଏହି ବିଷୟରେ ବିଚାର କରିବାକୁ କହିଛନ୍ତି।
ବରଗଡ଼ ଜିଲାର ଗିରିଶ କୁମାର ଡନସନାଙ୍କ ସମେତ ୧୪ ଜଣ ଚାଷୀ ହାଇକୋର୍ଟରେ ଏକ ରିଟ ପିଟିସନ(ନଂ-୯୫୬୨/୨୦୨୬) ଦାୟର କରିଥିଲେ । ତାକୁ ବିଚାରକୁ ନେଇ ବିଚାରପତି ଶିବ ଶଙ୍କର ମିଶ୍ରଙ୍କୁ ନେଇ ଗଠିତ ଏକ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଶୁଣାଣି ସମୟରେ ସରକାରଙ୍କ ପକ୍ଷରୁ ଅତିରିକ୍ତ ସରକାରୀ ଓକିଲ ଜେ.କେ. ବାଲ୍‌ ଯୁକ୍ତି ଦର୍ଶାଇଥିଲେ, ସରକାର କୌଣସି ଚାଷୀଙ୍କୁ ବାଦ ନ ଦେଇ ସମସ୍ତ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣିବା ପାଇଁ ପ୍ରତିଶ୍ରୁତିବଦ୍ଧ।

ରାଜ୍ୟ ସରକାର ୨୦୨୫-୨୬ ଖରିଫ ସିଜିନ ପାଇଁ ୯୩ ଲକ୍ଷ ଟନ ଧାନ ସଂଗ୍ରହର ଲକ୍ଷ୍ୟ ରଖିଛନ୍ତି। ପଞ୍ଜୀକୃତ ଚାଷୀମାନେ ସେମାନଙ୍କ ଧାନ ନିର୍ଦ୍ଧାରୀତ ମଣ୍ଡି ତଥା ପ୍ୟାକ୍ସ ମାଧ୍ୟମରେ ସର୍ବନିମ୍ନ ସହାୟକ ମୂଲ୍ୟରେ ବିକ୍ରି କରୁଛନ୍ତି । ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି ଯେ, ବରଗଡ଼ ଜିଲାପାଳ ଚାଷୀଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଆବେଦନପତ୍ରର ଯାଞ୍ଚ କରିବେ ଏବଂ ଆବେଦନକାରୀମାନେ ଯୋଗ୍ୟ ବିବେଚିତ ହେଲେ, ଆଇନ ଅନୁସାରେ ସେମାନଙ୍କ ଆବେଦନ ଉପରେ ତୁରନ୍ତ ନିଷ୍ପତ୍ତି ନେବା ପାଇଁ ବିଚାରପତି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଦିଲ୍ଲୀପ କୁମାର ସାହୁ ପକ୍ଷ ରଖିଥିଲେ ।

ଏଠାରେ ଉଲ୍ଲେଖଯୋଗ୍ୟ, ପଞ୍ଜୀକରଣରୁ ବାଦ ପଡ଼ିଥିବା ବରଗଡ଼ ଜିଲା ପାଇକମାଳ ବ୍ଲକ ମାଣ୍ଡୋସିଲ ଗ୍ରାମର ଗିରିଶ କୁମାର ଡନସନା ଏବଂ ଅନ୍ୟ ୧୪ଜଣ ଚାଷୀ ଧାନବିକ୍ରି ବିବାଦର ଶୀଘ୍ର ସମାଧାନ ପାଇଁ ଉଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହୋଇଥିଲେ। ଉଚ୍ଚ ନ୍ୟାୟାଳୟର ବିଚାରପତି ପ୍ରତିପକ୍ଷ ରାଜ୍ୟ ସରକାରଙ୍କୁ କାରଣ ଦର୍ଶାଇବାକୁ ଆଦେଶ କରିବା ସହିତ ସେଥିରେ ବିଫଳ ହେଲେ ଆବେଦନକାରୀଙ୍କୁ ଧାନବିକ୍ରି ଟୋକନ ପ୍ରଦାନ ପାଇଁ ନ୍ୟାୟାଳୟ ପ୍ରତିପକ୍ଷଙ୍କୁ ନିର୍ଦ୍ଦେଶ ଦେବ ବୋଲି ସୂଚିତ କରିଥିଲେ। ତେବେ ସରକାରୀ ଓକିଲ ସେ ନେଇ ନିଜ ପକ୍ଷ ବିଚାରପତିଙ୍କ ସମ୍ମୁଖରେ ରଖିବା ପରେ ବରଗଡ ଜିଲାପାଳଙ୍କୁ ସେଭଳି ନିର୍ଦ୍ଦେଶ ଦିଆଯାଇଛି।

ପ୍ରକାଶ ଥାଉକି, ପଞ୍ଜୀକରଣରୁ ବାଦ ପଡି ବରଗଡ଼ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ହୋଇଥିବା ଧାନ ବିକ୍ରି କରି ପାରି ନାହାନ୍ତି। ଏହାର ପ୍ରତିବାଦରେ ଚାଷୀମାନେ ଗତମାସ ୯ ତାରିଖରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । ତେବେ ଏଭଳି ସମସ୍ୟା କ୍ଷେତ୍ରରେ ଉଚ୍ଚ ନ୍ୟାୟାଳୟ ଦେଇଥିବା ରାୟ ପରେ ଚାଷୀଙ୍କ ଧାନ କିଣାଯିବ ନା ତାହା ଆଉ କିଛି ମୋଡ ନେବ, ତାକୁ ଚାଷୀମାନେ ଚାହିଁ ବସିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?