ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର ଛାଡ଼ି ଯାଇଥିବା ପତ୍ନୀଙ୍କୁ ଫେରାଇ ଆଣିବା ପାଇଁ ହେବିଅସ୍ କର୍ପସ ଆବେଦନ କରିଥିବା ସ୍ଵାମୀଙ୍କ ଉପରେ ୫୦,୦୦୦ ଟଙ୍କା ଜରିମାନା କରିଛନ୍ତି ହାଇକୋର୍ଟ। ପତ୍ନୀ ନିଖୋଜ ଥିବା ଦର୍ଶାଇ ହାଇକୋର୍ଟରେ ହେବୟସ କର୍ପସ ପିଟିସନ ଦାୟର କରିଥିବା ସ୍ବାମୀ ୫୦ ହଜାର ଟଙ୍କା ତଣ୍ଡ ଗଣିବେ। ନିଖୋଜ ପତ୍ନୀଙ୍କ ଉଦ୍ଧାର ପାଇଁ ସ୍ବାମୀ ଦାୟର କରିଥିବା ମାମଲା ହାଇକୋର୍ଟରେ ଶୁଣାଣି ବେଳେ ସ୍ପଷ୍ଟ ହୋଇଥିଲା ଯେ ପତ୍ନୀ ନିଜ ଇଚ୍ଛାରେ ସ୍ବାମୀଙ୍କ ଘର ଛାଡ଼ି ଚାଲିଯାଇଛନ୍ତି।

କୋର୍ଟ କହିଛନ୍ତି ଯେ, ବ୍ୟକ୍ତିଗତ ପ୍ରତିଶୋଧ ନେବା କିମ୍ବା ଅନ୍ୟ ପକ୍ଷକୁ ଚାପରେ ରଖିବା ପାଇଁ ହେବିୟସ କର୍ପସ ଆବେଦନ ଦାଖଲ କରିବାର ପ୍ରବଣତା ବଢ଼ୁଛି । ମାମଲାରେ ସ୍ୱାମୀ ଅଭିଯୋଗ କରିଥିଲେ ଯେ ତାଙ୍କ ପତ୍ନୀଙ୍କୁ ଅପହରଣ କରାଯାଇଛି। କିନ୍ତୁ ଆବେଦନ ସହ ଦାଖଲ ହୋଇଥିବା ଦସ୍ତାବେଜରୁ ଜଣାପଡ଼ିଥିଲା ଯେ ବୈବାହିକ ଅସମ୍ମତି କାରଣରୁ ପତ୍ନୀ ସ୍ୱଇଚ୍ଛାରେ ଘର ଛାଡ଼ିଥିଲେ। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଜଣେ ପ୍ରାପ୍ତବୟସ୍କ ମହିଳା ନିଜ ଜୀବନ ବିଷୟରେ ସ୍ୱତନ୍ତ୍ର ନିଷ୍ପତ୍ତି ନେବାକୁ ସକ୍ଷମ। ତାଙ୍କୁ ସ୍ୱାମୀଙ୍କ ସମ୍ପତ୍ତି ଭଳି ବ୍ୟବହାର କରାଯାଇପାରିବ ନାହିଁ । ଯଦି ପତ୍ନୀ ନିର୍ଯାତନା କିମ୍ବା ଵୈବାହିକ ବିବାଦ କାରଣରୁ ଅଲଗା ରହିବାକୁ ନିଷ୍ପତ୍ତି ନେଇଛନ୍ତି, ତେବେ ତାଙ୍କୁ ଘରକୁ ଆଣିବା ପାଇଁ ହେବିୟସ କର୍ପସ ମାମଲା ବ୍ୟବହାର କରାଯାଇପାରିବ ନାହିଁ ।ରାଜ୍ୟ ସରକାରଙ୍କ ପକ୍ଷରୁ ଏଜିଏ ଦେବାଶିଷ ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri