ହାତୀମୃତ୍ୟୁ ଘଟଣାରେ ହାଇକୋର୍ଟଙ୍କ ଉଦ୍‌ବେଗ

କଟକ ଅଫିସ,୧୦ା୫: ରାଜ୍ୟରେ କ୍ରମାଗତ ହାତୀମୃତ୍ୟୁକୁ ନେଇ ହାଇକୋର୍ଟ ମଙ୍ଗଳବାର ଶୁଣାଣିରେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ହାତୀ ଆକ୍ରମଣରେ ମୃତକଙ୍କ ନିମନ୍ତେ ଅନୁକମ୍ପାମୂଳକ କ୍ଷତିପୂରଣ ରାଶି ବୃଦ୍ଧି କରାଯାଇଥିବା ନେଇ ଉଲ୍ଲେଖ କରାଯାଇଥିଲା। ଏହା ଉପରେ ଶୁଣାଣି କରି ହାତୀମୃତ୍ୟୁ ରୋକିବାକୁ ଜଙ୍ଗଲ ମଧ୍ୟରେ ବିକଳ୍ପ ବିଦ୍ୟୁତ୍‌ ବ୍ୟବସ୍ଥା ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ଉଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ସୌର ଶକ୍ତି ବ୍ୟବହାର କରିବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିବା ସହ ହାତୀମୃତ୍ୟୁ ଘଟଣା ପାଇଁ ଗଠିତ ଜଏଣ୍ଟ ଟାସ୍କ ଫୋର୍ସର ମୁଖ୍ୟ ମନୋଜ ଭି. ନାୟାର ଏବଂ ବିଦ୍ୟୁତ୍‌ ବିତରଣ କମ୍ପାନୀ ମିଳିତ ବୈଠକ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ୨ମାସ ଭିତରେ ଜଙ୍ଗଲ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ହାଇକୋର୍ଟ ତାଗିଦା କରିଛନ୍ତି। ଏଥିସହିତ ଲୋକମାନେ ମଧ୍ୟ ହାତୀ ଆକ୍ରମଣରୁ ଶସ୍ୟ ଓ ଜନଜୀବନକୁ ରକ୍ଷା କରିବା ନିମନ୍ତେ ସୌରବାଡ଼ ନିର୍ମାଣ କରିବାକୁ ଅଦାଲତ କହିଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ମିଳିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଆସନ୍ତା ଜୁଲାଇ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଜଏଣ୍ଟ ଟାସ୍କ ଫୋର୍ସ ମୁଖ୍ୟନାୟାର ହାଇକୋର୍ଟରେ ଦାଖଲ କରିଥିବା ସତ୍ୟପାଠ ଅନୁଯାୟୀ, ଗତ ଦୁଇ ମାସରେ ୧୪ ହାତୀ ଆକ୍ରମଣରେ ୨୦ ଜଣ ମନୁଷ୍ୟଙ୍କ ମୃତ୍ୟୁ ଘଟିଛି। ସେହିପରି ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ମୃତ୍ୟୁ ହୋଇଛି। ହାତୀ ସମେତ ଅନ୍ୟାନ୍ୟ ବନ୍ୟପ୍ରାଣୀଙ୍କ ମୃତ୍ୟୁ ରୋକିବାକୁ ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡ଼ିକ ବେଆଇନ ହୁକିଂ ବନ୍ଦ କରିବା ଦିଗରେ ଦୃଢ଼ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଲୋକମାନଙ୍କୁ ସଚେତନ କରାଇ ସେମାନେ ବନ୍ୟପ୍ରାଣୀଙ୍କ ଜୀବନ ରକ୍ଷା ସହ ମଣିଷଙ୍କ ଜୀବନ ରକ୍ଷା ପ୍ରତି ଯତ୍ନବାନ ହେବାକୁ କୁହାଯାଇଛି। ମୁକୁଳା ଟ୍ରାନ୍ସଫର୍ମରଗୁଡ଼ିକୁ ବାଡ଼ ଘେରାଇ ଆବଦ୍ଧ କରାଯିବା ଓ ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ମଧ୍ୟରେ ଆଉ ଗୋଟିଏ ଲେଖାଏ ଖୁଣ୍ଟ ପୋତିବାକୁ ନିର୍ଦ୍ଦେଶ ରହିଛି। ଏହାଦ୍ୱାରା ବିଦ୍ୟୁତ୍‌ ତାର ଝୁଲି ତଳକୁ ଖସିପଡ଼ିବାର ଆଶଙ୍କା ହ୍ରାସ ପାଇବ ବୋଲି ଅଦାଲତ କହିଛନ୍ତି। ଏଥିପାଇଁ ଏକ ସପ୍ତାହ ଭିତରେ ୪ ବିଦ୍ୟୁତ୍‌ ବିତରଣ କମ୍ପାନୀର ମୁଖ୍ୟ ନିର୍ବାହୀ ଅଧିକାରୀ(ସିଇଓ) ବୈଠକ କରିବେ। ଜଏଣ୍ଟ ଟାସ୍କ ଫୋର୍ସ ମୁଖ୍ୟ ଏହି ବୈଠକରେ ଅଧ୍ୟକ୍ଷତା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉପଯୁକ୍ତ ସମୟ ମଧ୍ୟରେ ସମସ୍ତ ପଦକ୍ଷେପ ନେବାକୁ ହାଇକୋର୍ଟ କହିଛନ୍ତି। ଜଏଣ୍ଟ ଟାସ୍କଫୋର୍ସ ଦ୍ୱାରା ହୋଇଥିବା ଆକ୍ସନ ପ୍ଲାନର ଅଗ୍ରଗତି ସମ୍ପର୍କରେ ଅଧ୍ୟକ୍ଷ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri