ହାତୀମୃତ୍ୟୁ ଘଟଣାରେ ହାଇକୋର୍ଟଙ୍କ ଉଦ୍‌ବେଗ

କଟକ ଅଫିସ,୧୦ା୫: ରାଜ୍ୟରେ କ୍ରମାଗତ ହାତୀମୃତ୍ୟୁକୁ ନେଇ ହାଇକୋର୍ଟ ମଙ୍ଗଳବାର ଶୁଣାଣିରେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ହାତୀ ଆକ୍ରମଣରେ ମୃତକଙ୍କ ନିମନ୍ତେ ଅନୁକମ୍ପାମୂଳକ କ୍ଷତିପୂରଣ ରାଶି ବୃଦ୍ଧି କରାଯାଇଥିବା ନେଇ ଉଲ୍ଲେଖ କରାଯାଇଥିଲା। ଏହା ଉପରେ ଶୁଣାଣି କରି ହାତୀମୃତ୍ୟୁ ରୋକିବାକୁ ଜଙ୍ଗଲ ମଧ୍ୟରେ ବିକଳ୍ପ ବିଦ୍ୟୁତ୍‌ ବ୍ୟବସ୍ଥା ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ଉଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ସୌର ଶକ୍ତି ବ୍ୟବହାର କରିବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିବା ସହ ହାତୀମୃତ୍ୟୁ ଘଟଣା ପାଇଁ ଗଠିତ ଜଏଣ୍ଟ ଟାସ୍କ ଫୋର୍ସର ମୁଖ୍ୟ ମନୋଜ ଭି. ନାୟାର ଏବଂ ବିଦ୍ୟୁତ୍‌ ବିତରଣ କମ୍ପାନୀ ମିଳିତ ବୈଠକ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ୨ମାସ ଭିତରେ ଜଙ୍ଗଲ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ହାଇକୋର୍ଟ ତାଗିଦା କରିଛନ୍ତି। ଏଥିସହିତ ଲୋକମାନେ ମଧ୍ୟ ହାତୀ ଆକ୍ରମଣରୁ ଶସ୍ୟ ଓ ଜନଜୀବନକୁ ରକ୍ଷା କରିବା ନିମନ୍ତେ ସୌରବାଡ଼ ନିର୍ମାଣ କରିବାକୁ ଅଦାଲତ କହିଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ମିଳିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଆସନ୍ତା ଜୁଲାଇ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଜଏଣ୍ଟ ଟାସ୍କ ଫୋର୍ସ ମୁଖ୍ୟନାୟାର ହାଇକୋର୍ଟରେ ଦାଖଲ କରିଥିବା ସତ୍ୟପାଠ ଅନୁଯାୟୀ, ଗତ ଦୁଇ ମାସରେ ୧୪ ହାତୀ ଆକ୍ରମଣରେ ୨୦ ଜଣ ମନୁଷ୍ୟଙ୍କ ମୃତ୍ୟୁ ଘଟିଛି। ସେହିପରି ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ମୃତ୍ୟୁ ହୋଇଛି। ହାତୀ ସମେତ ଅନ୍ୟାନ୍ୟ ବନ୍ୟପ୍ରାଣୀଙ୍କ ମୃତ୍ୟୁ ରୋକିବାକୁ ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡ଼ିକ ବେଆଇନ ହୁକିଂ ବନ୍ଦ କରିବା ଦିଗରେ ଦୃଢ଼ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଲୋକମାନଙ୍କୁ ସଚେତନ କରାଇ ସେମାନେ ବନ୍ୟପ୍ରାଣୀଙ୍କ ଜୀବନ ରକ୍ଷା ସହ ମଣିଷଙ୍କ ଜୀବନ ରକ୍ଷା ପ୍ରତି ଯତ୍ନବାନ ହେବାକୁ କୁହାଯାଇଛି। ମୁକୁଳା ଟ୍ରାନ୍ସଫର୍ମରଗୁଡ଼ିକୁ ବାଡ଼ ଘେରାଇ ଆବଦ୍ଧ କରାଯିବା ଓ ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ମଧ୍ୟରେ ଆଉ ଗୋଟିଏ ଲେଖାଏ ଖୁଣ୍ଟ ପୋତିବାକୁ ନିର୍ଦ୍ଦେଶ ରହିଛି। ଏହାଦ୍ୱାରା ବିଦ୍ୟୁତ୍‌ ତାର ଝୁଲି ତଳକୁ ଖସିପଡ଼ିବାର ଆଶଙ୍କା ହ୍ରାସ ପାଇବ ବୋଲି ଅଦାଲତ କହିଛନ୍ତି। ଏଥିପାଇଁ ଏକ ସପ୍ତାହ ଭିତରେ ୪ ବିଦ୍ୟୁତ୍‌ ବିତରଣ କମ୍ପାନୀର ମୁଖ୍ୟ ନିର୍ବାହୀ ଅଧିକାରୀ(ସିଇଓ) ବୈଠକ କରିବେ। ଜଏଣ୍ଟ ଟାସ୍କ ଫୋର୍ସ ମୁଖ୍ୟ ଏହି ବୈଠକରେ ଅଧ୍ୟକ୍ଷତା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉପଯୁକ୍ତ ସମୟ ମଧ୍ୟରେ ସମସ୍ତ ପଦକ୍ଷେପ ନେବାକୁ ହାଇକୋର୍ଟ କହିଛନ୍ତି। ଜଏଣ୍ଟ ଟାସ୍କଫୋର୍ସ ଦ୍ୱାରା ହୋଇଥିବା ଆକ୍ସନ ପ୍ଲାନର ଅଗ୍ରଗତି ସମ୍ପର୍କରେ ଅଧ୍ୟକ୍ଷ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri