ଚିଲିକା ନୀତି ପ୍ରସ୍ତୁତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୭ା୧:ଡ୍ରୋନ କ୍ୟାମେରା ସାହାଯ୍ୟରେ ଚିଲିକାରେ ଚିଙ୍ଗୁଡ଼ି ଘେରି ସର୍ଭେ କରାଯିବ। ଏହି ଡ୍ରୋନ କ୍ୟାମେରା କିଣିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସୋମବାର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଓ ବିଚାରପତି ମୁରାହରି ଶ୍ରୀରମଣଙ୍କ ଖଣ୍ଡପୀଠ ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ସଂକ୍ରାନ୍ତ ମାମଲାର ଶୁଣାଣି କରି ଚିଲିକା ଉପରେ ପ୍ରତିଦିନ ଡ୍ରୋନ କ୍ୟାମେରା ଉଡ଼ାଇ କେତେ ଅଞ୍ଚଳରେ ଚିଙ୍ଗୁଡ଼ି ଘେରି ହୋଇଛି ତାର ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡ୍ରୋନ୍‌ କ୍ୟାମେରାର ସର୍ଭେ ଅନୁସାରେ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯିବ। ରାଜସ୍ବ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ସ୍ଥାନୀୟ ମତ୍ସଜୀବୀ ସଂଘ ସହ ଆଲୋଚନା କରି ଚିଲିକା ନୀତି ପ୍ରସ୍ତୁତ କରିବେ। ଏଥିସହ ବେଆଇନ ଚିଙ୍ଗୁଡ଼ି ଘେରି କରିଥିବା ଜବରଦଖଲକାରୀଙ୍କୁ ଉଚ୍ଛେଦ ପାଇଁ କେତେ ମାମଲା କାହା ନାମରେ ହେଲାଣି ସେ ସମ୍ପର୍କରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିବେ। ପରବର୍ତ୍ତୀ ଶୁଣାଣି ମେ ୧୫ ତାରିଖକୁ ଧାର୍ଯ୍ୟ ହୋଇଛି।
ସୂଚନାଯୋଗ୍ୟ, ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ମାମଲାର ପୂର୍ବ ଶୁଣାଣିରେ କେନ୍ଦ୍ରାପଡ଼ା ଓ ପୁରୀ ଜିଲାପାଳ ସତ୍ୟପାଠ ଦାଖଲ କରି ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଡ୍ରୋନ୍‌ କିଣିବାକୁ ଆବଶ୍ୟକ ଅର୍ଥରାଶି ଅନୁମୋଦନ ପାଇଁ ରାଜସ୍ବ ବିଭାଗ ସଚିବଙ୍କୁ ଚିଠି ଲେଖାଯାଇଥିବା ସତ୍ୟପାଠରେ ଦର୍ଶାଇଥିଲେ। ଆମିକସ୍‌ କ୍ୟୁରୀ ମୋହିତ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି। ସମଗ୍ର ଦେଶରେ ରହିଥିବା ଆର୍ଦ୍ରଭୂମିଗୁଡ଼ିକର ସୁରକ୍ଷା ମାମଲାରେ ସୁପ୍ରିମକୋର୍ଟ ଶୁଣାଣି କରି ୧୫ଟି ରାଜ୍ୟର ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅନୁସାରେ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରି ନିୟମିତ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଜିଲା ପ୍ରଶାସନଗୁଡିକୁ ନିର୍ଦ୍ଦେଶ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri