୭ ପରିବାରକୁ ହାଇକୋର୍ଟଙ୍କ ଉଚ୍ଛେଦ ନୋଟିସ

ରୂପସା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ରଘୁନାଥପୁର ପଞ୍ଚାୟତର ଚକଅର୍ଜୁନି ଗ୍ରାମର ଗୋଚର ଜମିରେ ୨୧ବର୍ଷ ହେଲା ବସବାସ କରି ଆସୁଥିବା ୭ ପରିବାରଙ୍କୁ ଉଚ୍ଛେଦ ଲାଗି ହାଇକୋର୍ଟ ନୋଟିସ୍‌ ଦେଇଛନ୍ତି। ରାଜସ୍ବ ବିଭାଗ ପକ୍ଷରୁ ଏହି ନୋଟିସ ମିଳିବା ପରେ ଏହି ପରିବାର ଲୋକେ ବିଚଳିତ ହୋଇପଡ଼ିଛନ୍ତି। ଏହି ୭ ପରିବାରରେ ୪୦ ଜଣ ସଦସ୍ୟ ଭବିଷ୍ୟତ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏହି ୭ ପରିବାର ମଧ୍ୟରୁ ୫ ପରିବାର ଆଦିବାସୀ ସମ୍ପ୍ରଦାୟର। ଅନ୍ୟ ଦୁଇ ପରିବାର କୁମ୍ଭାର ଜାତିର ଅଟନ୍ତି। ସମସ୍ତେ ଖଟିଖିଆ ଓ ଦିନମଜୁରିଆ।
ପୂର୍ବେ ଏଠାକାର ଲୋକେ ତାଙ୍କୁ କାମ କରିବା ଲାଗି ଆଣିଥିଲେ। ଦୀର୍ଘବର୍ଷ ପରିଶ୍ରମ କରି ସେମାନେ ନିଜର ବାସସ୍ଥାନ ପ୍ରସ୍ତୁତ କରିଛନ୍ତି। ଏଭଳି ସମୟରେ ସେମାନଙ୍କୁ ଜାଗା ଛାଡ଼ି ଯିବାକୁ କହିଲେ ସେମାନେ କୁଆଡ଼େ ଯିବେ ବୋଲି ପ୍ରଶ୍ନ କରିଛନ୍ତି। ମଙ୍ଗଳବାର ଏହି ଲୋକମାନେ ବସ୍ତା ତହସିଲଦାରଙ୍କୁ ଭେଟି ନିଜର ଦୁଃଖ ଜଣାଇଥିଲେ। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ଉଚ୍ଛେଦ କରାଯିବ ବୋଲି ବସ୍ତା ତହସିଲଦାର କାର୍ତ୍ତିକ କୁମାର ଦାସ ସୂଚନା ଦେବା ସହିତ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପରେ ଉକ୍ତ ପରିବାର ଲୋକଙ୍କ ଥଇଥାନ ପାଇଁ ଚେଷ୍ଟା କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri