ଚିଙ୍ଗୁଡ଼ିଘେରି ସମ୍ପୂର୍ଣ୍ଣ ଉଚ୍ଛେଦ ଉପରେ ଗୁରୁତ୍ୱ

କଟକ ଅଫିସ,୧୨ା୮: ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଚିଙ୍ଗୁଡ଼ିଘେରି ଉଚ୍ଛେଦ ପ୍ରକ୍ରିୟାକୁ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନ ପକ୍ଷରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ହେଉଥିବାବେଳେ ପୁନର୍ବାର ସେଠାରେ ଚିଙ୍ଗୁଡ଼ି ଘେରି ତିଆରି ହେଉଛି। ଏପରି କି କେତେକ ସ୍ଥାନରେ ପ୍ରଶାସନ ପକ୍ଷରୁ ଚିଙ୍ଗୁଡ଼ି ଘେରି ଭଙ୍ଗାଯାଇ ସମ୍ପୂର୍ଣ୍ଣ ଘେରି ଉଚ୍ଛେଦ ହେଉଥିବା ଅଦାଲତଙ୍କୁ ଦର୍ଶାଯାଉଛି। ଯାହାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେହିପରି ଆର୍ଦ୍ରଭୂମି ଅଞ୍ଚଳରେ ୨୪ ଘଣ୍ଟିଆ ପୋଲିସ ପାଟ୍ରୋଲିଂ ସତ୍ତ୍ୱେ ବେଆଇନ ଘେରି କିଭଳି ହେଉଛି ବୋଲି ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି ।
ସୂଚନା ଅନୁସାରେ, ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳରେ ତହସିଲଦାର ଓ ଆର୍‌ଆଇଙ୍କ ପ୍ରୋତ୍ସାହନରେ ଘେରି ହେଉଥିବା ହାଇକୋର୍ଟଙ୍କୁ ଆମିକସ୍‌କ୍ୟୁରି ଅବଗତ କରିଥିଲେ। ଆମିକସକ୍ୟୁରିଙ୍କ ରିପୋର୍ଟକୁ ଆଧାର କରି ହାଇକୋର୍ଟ କୃଷ୍ଣପ୍ରସାଦ ତହସିଲଦାର ଓ ବଜ୍ରକୋଟ ଆରଆଇଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରି ଆସନ୍ତା ୧୭ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ରାଜନଗର ତହସିଲ ଅଞ୍ଚଳରେ ଗୋଟିଏ ପାଖ ଘେରି ଭାଙ୍ଗି ଘେରି ଉଚ୍ଛେଦ କରାଯାଇଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ତେଣୁ କେନ୍ଦ୍ରାପଡ଼ା ଜିଲାପାଳ ଏହାର ତଦନ୍ତ କରି ସତ୍ୟପାଠ ଦାଖଲ କରିବା ସହ ପରବର୍ତ୍ତୀ ଶୁଣାଣି ବେଳେ ହାଇକୋର୍ଟରେ ଉପସ୍ଥିତ ରହିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲା ଜିଲାପାଳ ଓ ସ୍ଥାନୀୟ ତହସିଲଦାର ଉଚ୍ଛେଦ ଓ ପାଟ୍ରୋଲିଂ ତଦାରଖ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାଟେଲାଇଟ ଚିତ୍ର ଉତ୍ତୋଳନ କରି ସେହି ଅନୁସାରେ ଚିଲିକା ଭିତରେ ଥିବା ଚିଙ୍ଗୁଡ଼ି ଘେରିକୁ ଯେଭଳି ସମ୍ପୂର୍ଣ୍ଣ ନଷ୍ଟ କରାଯାଇପାରିବ, ସେଭଳି ପଦକ୍ଷେପ ଗ୍ରହଣ କରିବାକୁ କଡ଼ା ନିର୍ଦ୍ଦେଶ ରହିଛି । ମାମଲାର ପରବର୍ତ୍ତୀ ଶୁଣାଣି ପୂର୍ବରୁ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଜିଲାପାଳ ଓ ଏସ୍‌ପି ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନେଇ ସବିଶେଷ ତଥ୍ୟ ସରକାରଙ୍କୁ ଜଣାଇବେ। ପରବର୍ତ୍ତୀ ଶୁଣାଣି ସମୟରେ ସରକାରଙ୍କ ପକ୍ଷରୁ ଅପଟୁଡେଟ ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର୍‌. କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଆମିକସ୍‌କ୍ୟୁରି ମୋହିତ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।
ସୂଚନାଯୋଗ୍ୟ ଯେ, ସମଗ୍ର ଦେଶରେ ରହିଥିବା ଆର୍ଦ୍ରଭୂମିଗୁଡ଼ିକର ସୁରକ୍ଷା ମାମଲାରେ ସୁପ୍ରିମକୋର୍ଟ ଶୁଣାଣି କରି ୧୫ଟି ରାଜ୍ୟର ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅନୁସାରେ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରି ନିୟମିତ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଜିଲା ପ୍ରଶାସନଗୁଡିକୁ ନିର୍ଦ୍ଦେଶ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?