Posted inରାଜ୍ୟ

ଶିକ୍ଷକ ବଦଳି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

ଭୁବନେଶ୍ୱର/କଟକ,୩୧ା୭,(ରବିନାରାୟଣ ଜେନା/କାର୍ତ୍ତିକ ସାହୁ): ରାଜ୍ୟରେ ଶିକ୍ଷକ ବଦଳି ଲାଗି ବିଧାୟକ ଓ ଏମ୍‌ପିଙ୍କ ସୁପାରିସ୍‌ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି। ଏ ସଂକ୍ରାନ୍ତୀୟ ଏକ ମାମଲାର ବିଚାରକରି ହାଇକୋର୍ଟଙ୍କ ପକ୍ଷରୁ ମଙ୍ଗଳବାର ଅନ୍ତରୀଣ ରହିତାଦେଶ ଜାରି କରାଯାଇଛି। ଏହାକୁ ନେଇ ଶିକ୍ଷକ, ସରକାର, ବିଧାୟକ ଏବଂ ଏମ୍‌ପିମାନେ ଏବେ ଚିନ୍ତାରେ ପଡ଼ିଛନ୍ତି।
ସୂଚନାଯୋଗ୍ୟ, ଚଳିତ ବର୍ଷ ମେ’୧୩ରେ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବଦଳି ନିର୍ଦ୍ଦେଶନାମା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଜାରି କରାଯାଇଥିଲା, ଯେଉଁଥିରେ ବିଧାୟକ ଏବଂ ଏମ୍‌ପିମାନେ ନିଜ ନିଜ ନିର୍ବାଚନମଣ୍ଡଳୀର ୧୫ଜଣ ଯୋଗ୍ୟ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ୍‌ କରିବା ଲାଗି ନିର୍ଦ୍ଦେଶ ରହିଥିଲା। ତେବେ ସରକାରଙ୍କ ଏପରି ନୀତି ଦ୍ବାରା ଶିକ୍ଷକ ବଦଳି ବ୍ୟବସ୍ଥା ପ୍ରଭାବିତ ହୋଇଥିବା ନେଇ ଏକ ଅଭିଯୋଗର ଶୁଣାଣି କରି ବିଚାରପତି ଦୀକ୍ଷିତ୍‌ କ୍ରିଷ୍ଣା ଶ୍ରୀପଦ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ଜବାବ ଦାଖଲ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଏଥିସହ ଆବେଦନକାରୀ ଶିକ୍ଷକଙ୍କ ବଦଳି ଉପରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ୪ ସପ୍ତାହ ପରେ ହେବାକୁ ଧାର୍ଯ୍ୟ ହୋଇଛି। ଉଲ୍ଲେଖଯୋଗ୍ୟ, କଳାହାଣ୍ଡି ଜିଲାର ଦୁଇ ଶିକ୍ଷକ ଆର୍‌. ତ୍ରିପାଠୀ ଓ ଅନ୍ୟ ଜଣଙ୍କ ପକ୍ଷରୁ ହାଇକୋର୍ଟରେ ଏହି ବଦଳି ପ୍ରସଙ୍ଗରେ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri