Posted inଜାତୀୟ

ଜାତି ଜନଗଣନା ଉପରେ ହାଇକୋର୍ଟଙ୍କ ରୋକ

ପାଟନା, ୫ା୫: ବିହାରରେ ଚାଲିଥିବା ଜାତିଭିତ୍ତିକ ଜନଗଣନା ଉପରେ ପାଟନା ହାଇକୋର୍ଟ ଗୁରୁବାର ସ୍ଥଗିତାଦେଶ ଜାରି କରିଛନ୍ତି। ଫଳରେ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ମହାମେଣ୍ଟ ସରକାରଙ୍କୁ ଶକ୍ତ ଝଟ୍‌କା ଲାଗିଛି। ଜାତି ଜନଗଣନା ବିରୋଧରେ ଦାଏର ୩ଟି ଜନସ୍ବାର୍ଥ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି କେ. ବିନୋଦ ଚନ୍ଦ୍ରନ ଏବଂ ଜଷ୍ଟିସ ମଧୁରେଶ ପ୍ରସାଦଙ୍କ ଖଣ୍ଡପୀଠ ତୁରନ୍ତ ସର୍ଭେ ବନ୍ଦ ରଖିବା ସହ ଏପର୍ଯ୍ୟନ୍ତ ସଂଗୃହୀତ ତଥ୍ୟକୁ ଜୁଲାଇ ୩ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସଂରକ୍ଷିତ ରଖିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ଜାତି ଜନଗଣନା ସହ ଅର୍ଥନୈତିକ ସର୍ଭେ ଚଳାଇଛନ୍ତି, ଯାହା ଏହାର କ୍ଷମତା ପରିସରଭୁକ୍ତ ନୁହେଁ ବୋଲି ଆବେଦନକାରୀ ଦିନୁ କୁମାର ତାଙ୍କ ପିଟିଶନରେ ଦର୍ଶାଇଥିଲେ। ସର୍ଭେକୁ କେତେକ ମହଲରୁ ବିରୋଧ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସନ୍ତୋଷ ବ୍ୟକ୍ତ କରିଥିଲେ। ସବୁ ରାଜନୈତିକ ଦଳଙ୍କୁ ବିଶ୍ୱାସକୁ ନେଇ ରାଜ୍ୟରେ ଜାତି ସର୍ବେକ୍ଷଣ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ବୋଲି ନୀତୀଶ କହିଛନ୍ତି। ନୀତୀଶ କୁମାର ସରକାର ଗତ ଜାନୁୟାରୀରେ ଜାତି ଜନଗଣନା ଆରମ୍ଭ କରିଥିଲେ। ଜନସାଧାରଣଙ୍କ ସାମାଜିକ-ଅର୍ଥନୈତିକ ସ୍ଥିତି ସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ ଅବହେଳିତଙ୍କ ଲାଗି ସରକାରୀ ନୀତି ପ୍ରଣୟନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜନଗଣନା କେନ୍ଦ୍ର ସରକାରଙ୍କ କାର୍ଯ୍ୟ ବୋଲି ୟୁଥ୍‌ ଫର୍‌ ଇକ୍ୟୁଆଲିଟି ପକ୍ଷରୁ ଦାଏର ପିଟିଶନରେ କୁହାଯାଇଥିଲା। ହାଇକୋର୍ଟ ଆବେଦନକାରୀଙ୍କ ଯୁକ୍ତିରେ ସହମତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri