Posted inଜାତୀୟ

ଜାତି ଜନଗଣନା ଉପରେ ହାଇକୋର୍ଟଙ୍କ ରୋକ

ପାଟନା, ୫ା୫: ବିହାରରେ ଚାଲିଥିବା ଜାତିଭିତ୍ତିକ ଜନଗଣନା ଉପରେ ପାଟନା ହାଇକୋର୍ଟ ଗୁରୁବାର ସ୍ଥଗିତାଦେଶ ଜାରି କରିଛନ୍ତି। ଫଳରେ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ମହାମେଣ୍ଟ ସରକାରଙ୍କୁ ଶକ୍ତ ଝଟ୍‌କା ଲାଗିଛି। ଜାତି ଜନଗଣନା ବିରୋଧରେ ଦାଏର ୩ଟି ଜନସ୍ବାର୍ଥ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି କେ. ବିନୋଦ ଚନ୍ଦ୍ରନ ଏବଂ ଜଷ୍ଟିସ ମଧୁରେଶ ପ୍ରସାଦଙ୍କ ଖଣ୍ଡପୀଠ ତୁରନ୍ତ ସର୍ଭେ ବନ୍ଦ ରଖିବା ସହ ଏପର୍ଯ୍ୟନ୍ତ ସଂଗୃହୀତ ତଥ୍ୟକୁ ଜୁଲାଇ ୩ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସଂରକ୍ଷିତ ରଖିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ଜାତି ଜନଗଣନା ସହ ଅର୍ଥନୈତିକ ସର୍ଭେ ଚଳାଇଛନ୍ତି, ଯାହା ଏହାର କ୍ଷମତା ପରିସରଭୁକ୍ତ ନୁହେଁ ବୋଲି ଆବେଦନକାରୀ ଦିନୁ କୁମାର ତାଙ୍କ ପିଟିଶନରେ ଦର୍ଶାଇଥିଲେ। ସର୍ଭେକୁ କେତେକ ମହଲରୁ ବିରୋଧ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସନ୍ତୋଷ ବ୍ୟକ୍ତ କରିଥିଲେ। ସବୁ ରାଜନୈତିକ ଦଳଙ୍କୁ ବିଶ୍ୱାସକୁ ନେଇ ରାଜ୍ୟରେ ଜାତି ସର୍ବେକ୍ଷଣ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ବୋଲି ନୀତୀଶ କହିଛନ୍ତି। ନୀତୀଶ କୁମାର ସରକାର ଗତ ଜାନୁୟାରୀରେ ଜାତି ଜନଗଣନା ଆରମ୍ଭ କରିଥିଲେ। ଜନସାଧାରଣଙ୍କ ସାମାଜିକ-ଅର୍ଥନୈତିକ ସ୍ଥିତି ସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ ଅବହେଳିତଙ୍କ ଲାଗି ସରକାରୀ ନୀତି ପ୍ରଣୟନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜନଗଣନା କେନ୍ଦ୍ର ସରକାରଙ୍କ କାର୍ଯ୍ୟ ବୋଲି ୟୁଥ୍‌ ଫର୍‌ ଇକ୍ୟୁଆଲିଟି ପକ୍ଷରୁ ଦାଏର ପିଟିଶନରେ କୁହାଯାଇଥିଲା। ହାଇକୋର୍ଟ ଆବେଦନକାରୀଙ୍କ ଯୁକ୍ତିରେ ସହମତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri