ହାଇକୋର୍ଟଙ୍କ ତୋରଣ କଟକଣା

କଟକ,୨୧।୮: କଟକ ଦୁର୍ଗାପୂଜା ପ୍ରସଙ୍ଗ ଉପରେ ହାଇକୋର୍ଟ ଗୁରୁବାର ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା ଲଗାଇଛନ୍ତି। ଏପରିକି ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ମଧ୍ୟ କଟକଣା ଜାରି କରିଛନ୍ତି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍‌ ନିର୍ମାଣ କରିବାକୁ ପୂଜା କମିଟିକୁ ଅନୁମତି ଦିଆଯିବ ବୋଲି କୁହାଯାଇଛି। ଏପରିକି ୬୫ ଡେସିବଲ ସାଉଣ୍ଡ ମଧ୍ୟରେ ଡିଜେ ବଜାଇବାକୁ କମିଟିକୁ ଅନୁମତି ଦିଆଯାଇଛି।

ଗୁରୁବାର ଜଷ୍ଟିସ ସଙ୍ଗମ କୁମାର ସାହୁ ଏବଂ ଜଷ୍ଟିସ ଭି ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ପାର୍ବଣ ସମୟରେ ଉପୁଜୁଥିବା ସମସ୍ୟାକୁ ଆଖି ଆଗରେ ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ତୋରଣଗୁଡ଼ିକର ଉଚ୍ଚତା ଓ ସୁରକ୍ଷାକୁ ନେଇ ଜିଲାପାଳ ପଦକ୍ଷେପ ନେବାକୁ କୁହାଯାଇଛି।

ଏପରିକି ପୂଜାରେ ତୋରଣ ଏବଂ ସୁରକ୍ଷା ସମ୍ପର୍କିତ ଅନୁମତି ପାଇଁ ସିଂଙ୍ଗଲ ଓ୍ବିଣ୍ଡୋ ବ୍ୟବସ୍ଥା ହେବ । ଅନ୍ୟପକ୍ଷେ ଲେଜର ଲାଇଟକୁ କୋର୍ଟ ବାରଣ କରିଛନ୍ତି । ତୋରଣ ନିମାଣ ପୂର୍ବରୁ ପୂଜା କମିଟିଙ୍କଠାରୁ ତୋରଣର ଡ୍ରୟିଂ ମାଗିବାକୁ କୋର୍ଟ କଟକ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପୂଜା କମିଟି ପ୍ରସ୍ତୁତି ବୈଠକରେ ଏହି ସବୁ କଥା ଉପସ୍ଥାପିତ କରିବେ ବୋଲି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହାବ୍ୟତୀତ ପୂଜାରେ ଶବ୍ଦ ପ୍ରଦୂଷଣ ନେଇ ଚିନ୍ତାପ୍ରକଟ କରିଛନ୍ତି କୋର୍ଟ।

ଶବ୍ଦ ପ୍ରଦୂଷଣକୁ ୬୫ ଡେସିବିଲ ମଧ୍ୟରେ ସୀମିତ ରଖିବା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ପାର୍ବଣ ଆସୁଥିବା ହେତୁ ସହର ରାସ୍ତାଘାଟର ସମସ୍ୟା ନେଇ ବିରକ୍ତି ପ୍ରକାଶ କରିଛନ୍ତି କୋର୍ଟ। ପାର୍ବଣ ସମୟରେ ସ୍ବଚ୍ଛ ପିଇବା ପାଣି ଯୋଗାଇବା ପାଇଁ ଓ୍ବାଟକୋକୁ ନିର୍ଦ୍ଦେଶ। ପାର୍ବଣ ସମୟରେ ବିଷାକ୍ତ ଖାଦ୍ୟ ବିକ୍ରି ଉପରେ ନଜର ରଖିବାକୁ ସିଏମସିକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ସବୁଠୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଯୋର ଜବରଦସ୍ତ ପୂଜା ଚାନ୍ଦାକୁ ଆଦୟ ଦିଗରେ ଜିରୋ ଟଲେରାନ୍ସ ନୀତି ଆପଣାଇବା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?