ରାଜ ରାସ୍ତାରେ ହାଇଡ୍ରାମା: ଚୁଟି ଟଣାଟଣି ହୋଇ ମୁଥ ମରାମରି ହେଲେ ମହିଳା

ଭୁବନେଶ୍ୱର,୭ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସୂଚନାଭବନ ପାର୍କିଂସ୍ଥଳରେ ରବିବାର ହାଇଡ୍ରାମା ଦେଖିବାକୁ ମିଳିଛି। ସମାଜସେବୀ ବୋଲି ନିଜକୁ ଦାବି କରୁଥିବା ଦୁଇ ମହିଳା ହାତାହାତି ହୋଇଛନ୍ତି। ଜଣେ ମହିଳା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଉଥିବା ବେଳେ ଏହି ଘଟଣା ଘଟିଥିଲା। ଦୁଇ ମହିଳା ହାତାହାତି ହେବା ସହ ଉଭୟଙ୍କ ମଧ୍ୟରେ ମାରପିଟ ହୋଇଥିଲା। ତେବେ ଭରତପୁର ଥାନାରେ ଆର୍ମି ଅଫିସର ଓ ବାନ୍ଧବୀଙ୍କୁ ର୍ନିଯାତନା ଘଟଣା ଏହାର ମୂଳ କାରଣ ବୋଲି ଜଣାପଡ଼ିଛି। ସମାଜୀସେବୀ ବୋଲି ଦାବି କରୁଥିବା ଜଣେ ମହିଳା ପୋଲିସକୁ ସମର୍ଥନ କରୁଥିବାବେଳେ ଅନ୍ୟ ଜଣେ ମହିଳା ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ସମର୍ଥନ କରୁଛନ୍ତି। ଉଭୟଙ୍କ ମଧ୍ୟରେ ସାମାଜିକ ଗଣମାଧ୍ୟମରେ କମେଣ୍ଟ ଦିଆନିଆ ଓ ଆକ୍ଷେପ ପ୍ରତିଆକ୍ଷେପରୁ ବଚସା ହୋଇଥିଲା। ଏପରିକି ଉଭୟଙ୍କ ମଧ୍ୟରେ ଆପୋସ ସମାଧାନ ମଧ୍ୟ ହୋଇଥିଲା। ତେବେ ରବିବାର ଜଣେ ମହିଳା ଏହି ଘଟଣାକୁ କେନ୍ଦ୍ରକରି କିଛି ୱେବ ମିଡିଆକୁ ପ୍ରତିକ୍ରିୟା ଦେଉଥିଲେ। ଏହି ସମୟରେ ଅନ୍ୟ ଜଣେ ମହିଳା ସେଠାକୁ ଆସି ତାଙ୍କୁ ବିରୋଧ କରିଥିଲେ। ଫଳରେ ପରିସ୍ଥିତି ଭୟଙ୍କର ହୋଇଥିଲ। ଦୁଇଜଣ ଚୁଟି ଟଣାଟଣି ଓ ମୁଥ ମରାମରି ହୋଇଥିଲେ। କିଛି ସମୟ ପାଇଁ ସେଠାରେ ଉତ୍ତେଜନା ଲାଗି ରହିଥିଲା। କ୍ୟାପିଟାଲ ଥାନା ପୋଲିସ ପହଞ୍ଚତ୍ ଉଭୟଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ତେବେ ଏହି ଘଟଣାକୁ କେନ୍ଦ୍ର କରି ଉଭୟ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏନେଇ ତଦନ୍ତ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri