ମହାନଦୀରେ ପ୍ରେମୀ ଯୁଗଳଙ୍କ ହାଇ ଡ୍ରାମା: ନଦୀଗର୍ଭରୁ ଉଦ୍ଧାର କଲା ପୋଲିସ

ସୋନପୁର,୧୮।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ମହାନଦୀ ସେତୁ ନିକଟସ୍ଥ ଟାଓ୍ବାର ଘାଟ ନିକଟରେ ଗୁରୁବାର ରାତିରେ ଏକ ହାଇ ଡ୍ରାମା ଦେଖିବାକୁ ମିଳିଛି। ମହାନଦୀ ବାଲିପଠାରେ ଦୁଇ ଦିନ ଧରି ଲୁଚି ରହିଥିବା ପ୍ରେମୀ ଯୁଗଳଙ୍କୁ ସୋନପୁର ଟାଉନ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି।

ଅଗ୍ନିଶମ ବିଭାଗ କର୍ମଚାରୀମାନେ ନାବାଳିକା ପ୍ରେମିକାଙ୍କୁ ବିଦ୍ୟୁତ୍‌ ଟାଓ୍ବାର ନିକଟସ୍ଥ ପଥରରୁ ଉଦ୍ଧାର କରି ସୋନପୁର ଟାଉନ ପୋଲିସକୁ ହସ୍ତାନ୍ତର କରିଛନ୍ତି । ଅନ୍ୟପକ୍ଷେ ପ୍ରେମିକ ତଥା ସୋନପୁର ସହର ପଟାଭାଡି ଅଞ୍ଚଳର ଶିବ ଶମ୍ଭୁ ମେହେର(୨୧)ଙ୍କୁ ପୋଲିସ ଅଟକ ରଖିଛି। ଏହି ଘଟଣା ସହରରେ ଚର୍ଚ୍ଚାର ବିଷୟ ପାଲଟିଛି।

ମିଳିଥିବା ସୂଚନା ମୁତାବକ, ନାବାଳିକାଙ୍କ ବାପା ବୁଧବାର ସକାଳେ ସୋନପୁର ଥାନାରେ ତାଙ୍କ ଝିଅ ଅପହରଣ ହୋଇଥିବା ନେଇ ଅଭିଯୋଗ କରିଥିଲେ। ଶିବ ଶମ୍ଭୁ ନାବାଳିକାଙ୍କୁ ବୁଧବାରଠାରୁ ନେଇ ମହାନଦୀ ଗର୍ଭର ବାଲି ପଟାରେ ରଖିଥିଲେ । ଗୁରୁବାର ଶିବ ଶମ୍ଭୁ ମାର୍କେଟ୍‌କୁ ଖାଇବା ଆଣିବା ପାଇଁ ଯାଇଥିଲା ବେଳେ ମୋବାଇଲ ଟ୍ରାକିଂ କରି ପୋଲିସ ତାଙ୍କୁ ଧରିଥିଲା। ପରେ ପୋଲିସ ନିକଟରୁ ସୂଚନା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ନାବାଳିକାଙ୍କୁ ନଦୀଗର୍ଭରୁ ଉଦ୍ଧାର କରିଥିଲେ। ଥାନାରେ ପ୍ରେମୀ ଯୁଗଳଙ୍କ ପରିବାର ଉପସ୍ଥିତ ରହିଛନ୍ତି। ଏସ୍‌ଆଇ ସସ୍ମିତା ଭୁତିଆ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri