ପରୀକ୍ଷା ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ କରିବାକୁ ଉଚ୍ଚସ୍ତରୀୟ କମିଟି ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୬: ଏନ୍‌ଇଇଟି-ୟୁଜି ସମେତ ଅନ୍ୟାନ୍ୟ ପରୀକ୍ଷା ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ ଓ ଦୁର୍ନୀତିମୁକ୍ତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟିର ପ୍ରଥମ ବୈଠକରେ ଆଲୋଚନା ହୋଇଥିଲା। ପରୀକ୍ଷା ପରିଚାଳନାରେ ସ୍ବଚ୍ଛତା ସୁନିଶ୍ଚିତ କରିବା ପାଇଁ ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡ. କେ. ରାଧାକ୍ରିଷ୍ଣନଙ୍କ ଅଧ୍ୟକ୍ଷତାରେ ଗଠିତ ୭ ଜଣିଆ କମିଟି ବୈଠକରେ ନିଷ୍ପତ୍ତି ହୋଇଛି।

ନିଷ୍ପତ୍ତି ଅନୁଯାୟୀ, କମିଟିର ସଦସ୍ୟମାନେ ବ୍ୟକ୍ତିଗତ ଭାବେ ଏବଂ ଡିଜିଟାଲ ମିଡିଆ ଜରିଆରେ ଛାତ୍ରୀଛାତ୍ର, ସେମାନଙ୍କ ଅଭିଭାବକଙ୍କ ସହ ଯୋଗାଯୋଗ କରି ପରୀକ୍ଷା ପ୍ରକ୍ରିୟାକୁ ନେଇ ସେମାନଙ୍କଠାରୁ ପ୍ରସ୍ତାବ ଗ୍ରହଣ କରିବ। ସେମାନଙ୍କ ଉଦ୍‌ବେଗ ଏବଂ ପ୍ରସ୍ତାବଗୁଡ଼ିକ ଉପରେ ବିଚାରବିମର୍ଶ କରାଯିବ। ଦ୍ୱିତୀୟ ପ୍ରାଥମିକତା ଭାବେ ଦେଶର ପରୀକ୍ଷା ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼, ଜାଲିଆତିବିହୀନ ଏବଂ ତ୍ରୁଟିଶୂନ୍ୟ କରାଯିବ। ପିଲାମାନଙ୍କ ଅସୁବିଧା ଓ ସେମାନଙ୍କ ଉପରେ ପଡ଼ୁଥିବା ଚାପ କମ୍‌ କରାଯିବ। ପରୀକ୍ଷା ବ୍ୟବସ୍ଥାକୁ ଅଧିକ ନମନୀୟ କରାଯିବ ବୋଲି ରାଧାକ୍ରିଷ୍ଣନ କହିଛନ୍ତି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ସମ୍ମୁଖୀନ ହୋଇଥିବା ବର୍ତ୍ତମାନର ସ୍ଥିତି ଏବଂ ଚ୍ୟାଲେଞ୍ଜଗୁଡ଼ିକୁ କମିଟି ଅନୁଧ୍ୟାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri