ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ ଓ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ ପାଇଁ ଜଳସମ୍ପଦ ବିଭାଗ, ଉଦଳା ଜଳସେଚନ ବିଭାଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶୁକ୍ରବାର ନୂଆପଡ଼ା ଗସ୍ତ କରିଥିଲେ।
ପାଟଣା ଅଞ୍ଚଳରେ ଜଳସଂରକ୍ଷଣ, ଚାଷ ପାଇଁ ସେଚନ ବ୍ୟବସ୍ଥାର ଉନ୍ନତି ଏବଂ ଭୂତଳ ଜଳସ୍ତର ବୃଦ୍ଧି ଉଦ୍ଦେଶ୍ୟରେ ଏଠାରେ ବ୍ୟାରେଜ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ଦୀର୍ଘଦିନ ଧରି ଦାବି କରିଆସୁଛନ୍ତି। ନିକଟ ଅତୀତରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ବିଧାନସଭାରେ ଏନେଇ ପ୍ରଶ୍ନ ପଚାରିବା ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ।
ଉଚ୍ଚସ୍ତରୀୟ କମିଟି ସହ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ବିଧାୟକଙ୍କ ପାଟଣା ବ୍ଲକ ପ୍ରତିନିଧି କମଳାକାନ୍ତ ଦାଶ, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ, ବ୍ୟାରେଜ ପାଇଁ ବିଭିନ୍ନ ସମୟରେ ବିଭିନ୍ନ ଫୋରମରେ ଦାବି ରଖୁଥିବା ଯୁଗଳ କିଶୋର ଦାଶ, ଟାଙ୍ଗରପଡ଼ା ସରପଞ୍ଚ ଅନିରୁଦ୍ଧ ନାଏକ ପ୍ରମୁଖ ପ୍ରତିନିଧି ଦଳକୁ ବ୍ୟାରେଜ ନିର୍ମାଣର ଆବଶ୍ୟକତା, ସମ୍ଭାବ୍ୟ ଲାଭ ଓ ସର୍ଜମିନ ସ୍ଥିତି ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ।

ଉଚ୍ଚସ୍ତରୀୟ ପ୍ରତିନିଧି ଦଳରେ ଉଦଳା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ (ଏସଇ) ରଞ୍ଜିତ କୁମାର ମଢେଇ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଦାଶିବ ସୋରେନ, ସହକାରୀ ଯନ୍ତ୍ରୀ ସୁନାରାମ ସିଂହ ଏବଂ କନିଷ୍ଠ ଯନ୍ତ୍ରୀ ଜ୍ୟୋତିରଞ୍ଜନ ସାହୁ ପ୍ରମୁଖ ସାମିଲ ହୋଇ ସମ୍ଭାବ୍ୟ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରିଥିଲେ।
ସ୍ଥାନୀୟ ଲୋକଙ୍କ ଆଶା, ଏହି ସର୍ଭେ ପରେ ବ୍ୟାରେଜ ନିର୍ମାଣ ପ୍ରକ୍ରିୟା ତ୍ୱରାନ୍ବିତ ହେବ ଏବଂ ପ୍ରକଳ୍ପଟି କାର୍ଯ୍ୟକାରୀ ହେଲେ ପାଟଣା ଅଞ୍ଚଳର କୃଷିରେ ସବୁଜ ବିପ୍ଳବ,ଜଳସଂରକ୍ଷଣ ଓ ସାମଗ୍ରିକ ବିକାଶରେ ଏହା ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ପାଟଣା ବିଧାୟକ ନାଏକ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?